ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!
2. ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ଓଷ୍ଠାଧରର ନିବେଦନ ଅସ୍ଵୀକାର କରି ନାହଁ । [ସେଲା
3. କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ ।
4. ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ ।
5. ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
6. କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ ।
7. କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ ।
8. ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ ।
9. ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ଵଳିତ ଭାଟୀ ତୁଲ୍ୟ କରିବ । ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁଗ୍ରାସ କରିବେ, ପୁଣି ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ ।
10. ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ ।
11. କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ ।
12. ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ ।
13. ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ! 2 ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ଓଷ୍ଠାଧରର ନିବେଦନ ଅସ୍ଵୀକାର କରି ନାହଁ । [ସେଲା 3 କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ । 4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ । 5 ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ; 6 କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ । 7 କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ । 8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ । 9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ଵଳିତ ଭାଟୀ ତୁଲ୍ୟ କରିବ । ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁଗ୍ରାସ କରିବେ, ପୁଣି ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ । 10 ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ । 11 କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ । 12 ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ । 13 ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 150
×

Alert

×

Oriya Letters Keypad References