ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ
1. ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ, ତାହା ସଙ୍ଗେ ତାହାର ପୁତ୍ରଗଣକୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାଜରଓ ଈଥାମରକୁ ଆପଣା ନିକଟକୁ ଆଣିବ ।
2. ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ ।
3. ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ହାରୋଣକୁ ପ୍ରତିଷ୍ଠା କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ ।
4. ଅର୍ଥାତ୍, ବୁକୁପଟା ଓ ଏଫୋଦ ଓ ଚୋଗା ଓ ବୁଟାଦାର ଜାମା ଓ ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ ।
5. ସେମାନେ ସୁବର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ ।
6. ପୁଣି ସେମାନେ ସେହି ସ୍ଵର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ଏଫୋଦବସ୍ତ୍ର ପ୍ରସ୍ତୁତ କରିବେ ।
7. ତହିଁର ଦୁଇ ମୁଣ୍ତରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ ।
8. ପୁଣି ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍, ସ୍ଵର୍ଣ୍ଣରେ, ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ ।
9. ଅନନ୍ତର ତୁମ୍ଭେ ଦୁଇ ଗୋମେଦକ ମଣିଘେନି ତହିଁ ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ନାମ ଖୋଳିବ ।
10. ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଳିବ ।
11. ଶିଳ୍ପକର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ-ପୁତ୍ରଗଣର ନାମ ଖୋଳିବ, ପୁଣି ତାହା ଦୁଇ ସ୍ଵର୍ଣ୍ଣାଧାରରେ ବନ୍ଦ କରିବ ।
12. ପୁଣି ଇସ୍ରାଏଲ-ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ ।
13. ଆଉ ତୁମ୍ଭେ ଦୁଇ ସ୍ଵର୍ଣ୍ଣାଧାର କରିବ
14. ଓ ନିର୍ମଳ ସୁବର୍ଣ୍ଣ ଦ୍ଵାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ ।
15. ପୁଣି ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍, ଏଫୋଦର କର୍ମାନୁସାରେ ସ୍ଵର୍ଣ୍ଣରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ତାହା ପ୍ରସ୍ତୁତ କରିବ ।
16. ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ତ ଓ ପ୍ରସ୍ଥ ଏକ ଚାଖଣ୍ତ ହେବ ।
17. ପୁଣି ତାହାକୁ ଚାରି ମଣିପଂକ୍ତିରେ ଖଚିତ କରିବ, ତହିଁର ପ୍ରଥମ ପଂକ୍ତିରେ ଚୂଣୀ ଓ ପୀତମଣି ଓ ମରକତ;
18. ଦ୍ଵିତୀୟ ପଂକ୍ତିରେ ପଦ୍ମରାଗ ଓ ନୀଳକା; ଓ ହୀରକ
19. ତୃତୀୟ ପଂକ୍ତିରେ ପେରୋଜ ଓ ଯିସ୍ମ ଓ କଟାହେଳା
20. ପୁଣି ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ଵର୍ଣ୍ଣରେ ସ୍ଵ ସ୍ଵ ପଂକ୍ତିରେ ବସାଯିବ ।
21. ଏହି ମଣି ଇସ୍ରାଏଲ-ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ଵାଦଶ ହେବ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ଵାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ ।
22. ତୁମ୍ଭେ ନିର୍ମଳ ସ୍ଵର୍ଣ୍ଣ ଦ୍ଵାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ ।
23. ପୁଣି ବୁକୁପଟା ଉପରେ ସ୍ଵର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ ।
24. ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ଵର୍ଣ୍ଣ ଜଞ୍ଜିର ଲଗାଇବ ।
25. ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ ।
26. ତୁମ୍ଭେ ସ୍ଵର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ ।
27. ଆହୁରି ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ାସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ ।
28. ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ ରଖିବେ ।
29. ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ ।
30. ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ ।
31. ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ।
32. ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ତିଯିବ ନାହିଁ ।
33. ପୁଣି ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ଵ କରିବ; ଆଉ ଚାରିଦିଗରେ ତହିଁ ମଧ୍ୟେ ମଧ୍ୟେ ସ୍ଵର୍ଣ୍ଣ ଘଣ୍ଟି ରହିବ ।
34. ସେହି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ, ପୁଣି ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ ରହିବ ।
35. ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶଦ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ ।
36. ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୁଦ୍ରା ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହି କଥା ଖୋଳିବ ।
37. ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ ।
38. ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ଵନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବହିବଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ ।
39. ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି କଟିବନ୍ଧନ ସୂଚିକର୍ମ ଦ୍ଵାରା ଚିତ୍ର ବିଚିତ୍ର କରିବ ।
40. ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ଶୋଭା ନିମନ୍ତେ ଶିରୋଭୂଷଣ କରିବ ।
41. ପୁଣି ତୁମ୍ଭ ଭ୍ରାତା ହାରୋଣର ଓ ତାହାର ପୁତ୍ରଗଣର ଦେହରେ ତାହା ସବୁ ପରିଧାନ କରାଇବ; ପୁଣି ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ ।
42. ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ ।
43. ପୁଣି ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 40
1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ, ତାହା ସଙ୍ଗେ ତାହାର ପୁତ୍ରଗଣକୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାଜରଓ ଈଥାମରକୁ ଆପଣା ନିକଟକୁ ଆଣିବ । 2 ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ । 3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ହାରୋଣକୁ ପ୍ରତିଷ୍ଠା କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ । 4 ଅର୍ଥାତ୍, ବୁକୁପଟା ଓ ଏଫୋଦ ଓ ଚୋଗା ଓ ବୁଟାଦାର ଜାମା ଓ ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ । 5 ସେମାନେ ସୁବର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ । 6 ପୁଣି ସେମାନେ ସେହି ସ୍ଵର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ଏଫୋଦବସ୍ତ୍ର ପ୍ରସ୍ତୁତ କରିବେ । 7 ତହିଁର ଦୁଇ ମୁଣ୍ତରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ । 8 ପୁଣି ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍, ସ୍ଵର୍ଣ୍ଣରେ, ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ । 9 ଅନନ୍ତର ତୁମ୍ଭେ ଦୁଇ ଗୋମେଦକ ମଣିଘେନି ତହିଁ ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ନାମ ଖୋଳିବ । 10 ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଳିବ । 11 ଶିଳ୍ପକର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ-ପୁତ୍ରଗଣର ନାମ ଖୋଳିବ, ପୁଣି ତାହା ଦୁଇ ସ୍ଵର୍ଣ୍ଣାଧାରରେ ବନ୍ଦ କରିବ । 12 ପୁଣି ଇସ୍ରାଏଲ-ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ । 13 ଆଉ ତୁମ୍ଭେ ଦୁଇ ସ୍ଵର୍ଣ୍ଣାଧାର କରିବ 14 ଓ ନିର୍ମଳ ସୁବର୍ଣ୍ଣ ଦ୍ଵାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ । 15 ପୁଣି ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍, ଏଫୋଦର କର୍ମାନୁସାରେ ସ୍ଵର୍ଣ୍ଣରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ତାହା ପ୍ରସ୍ତୁତ କରିବ । 16 ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ତ ଓ ପ୍ରସ୍ଥ ଏକ ଚାଖଣ୍ତ ହେବ । 17 ପୁଣି ତାହାକୁ ଚାରି ମଣିପଂକ୍ତିରେ ଖଚିତ କରିବ, ତହିଁର ପ୍ରଥମ ପଂକ୍ତିରେ ଚୂଣୀ ଓ ପୀତମଣି ଓ ମରକତ; 18 ଦ୍ଵିତୀୟ ପଂକ୍ତିରେ ପଦ୍ମରାଗ ଓ ନୀଳକା; ଓ ହୀରକ 19 ତୃତୀୟ ପଂକ୍ତିରେ ପେରୋଜ ଓ ଯିସ୍ମ ଓ କଟାହେଳା 20 ପୁଣି ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ଵର୍ଣ୍ଣରେ ସ୍ଵ ସ୍ଵ ପଂକ୍ତିରେ ବସାଯିବ । 21 ଏହି ମଣି ଇସ୍ରାଏଲ-ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ଵାଦଶ ହେବ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ଵାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ । 22 ତୁମ୍ଭେ ନିର୍ମଳ ସ୍ଵର୍ଣ୍ଣ ଦ୍ଵାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ । 23 ପୁଣି ବୁକୁପଟା ଉପରେ ସ୍ଵର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ । 24 ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ଵର୍ଣ୍ଣ ଜଞ୍ଜିର ଲଗାଇବ । 25 ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ । 26 ତୁମ୍ଭେ ସ୍ଵର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ । 27 ଆହୁରି ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ାସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ । 28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ ରଖିବେ । 29 ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ । 30 ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ । 31 ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ। 32 ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ତିଯିବ ନାହିଁ । 33 ପୁଣି ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ଵ କରିବ; ଆଉ ଚାରିଦିଗରେ ତହିଁ ମଧ୍ୟେ ମଧ୍ୟେ ସ୍ଵର୍ଣ୍ଣ ଘଣ୍ଟି ରହିବ । 34 ସେହି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ, ପୁଣି ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ ରହିବ । 35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶଦ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ । 36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୁଦ୍ରା ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହି କଥା ଖୋଳିବ । 37 ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ । 38 ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ଵନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବହିବଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ । 39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି କଟିବନ୍ଧନ ସୂଚିକର୍ମ ଦ୍ଵାରା ଚିତ୍ର ବିଚିତ୍ର କରିବ । 40 ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ଶୋଭା ନିମନ୍ତେ ଶିରୋଭୂଷଣ କରିବ । 41 ପୁଣି ତୁମ୍ଭ ଭ୍ରାତା ହାରୋଣର ଓ ତାହାର ପୁତ୍ରଗଣର ଦେହରେ ତାହା ସବୁ ପରିଧାନ କରାଇବ; ପୁଣି ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ । 42 ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ । 43 ପୁଣି ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 40
×

Alert

×

Oriya Letters Keypad References