ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
2. ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲୁ
3. ପୁଣି ଶିଳ୍ପକର୍ମ, ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି
4. ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ
5. ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ଵରଙ୍କ ଆତ୍ମାରେ ପରିପୂର୍ଣ୍ଣ କଲୁ ।
6. ଆଉ ଦେଖ, ଆମ୍ଭେ ଦାନବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କଲୁ; ପୁଣି ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଲୁନ୍ତଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଲୁ, ତାହାସବୁ ସେମାନେ ନିର୍ମାଣ କରିବେ ।
7. ଅର୍ଥାତ୍, ସମାଗମ-ତମ୍ଵୁ ଓ ସାକ୍ଷ୍ୟସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ଵୁର ସମସ୍ତ ପାତ୍ର,
8. ଆଉ ମେଜ ଓ ତହିଁର ପାତ୍ରାଦି ଓ ନିର୍ମଳ ଦୀପବୃକ୍ଷ ଓ ତହିଁର ସମସ୍ତ ପାତ୍ର ଓ ଧୂପବେଦି
9. ଓ ହୋମବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି,
10. ପୁଣି ସୁଶୋଭିତ ବସ୍ତ୍ର ଓ ଯାଜକକର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,
11. ପୁଣି ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଲୁ, ତଦନୁସାରେ ସେମାନେ କରିବେ ।
12. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
13. ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ ।
14. ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟଇ; ଯେ କେହି ତାହା ଅପବିତ୍ର କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ; ପୁଣି ଯେ କୌଣସି ପ୍ରାଣୀ ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
15. ଛଅ ଦିନ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହାବିଶ୍ରାମଦିନ; ସେହି ବିଶ୍ରାମଦିନରେ ଯେ କେହି କାର୍ଯ୍ୟ କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ ।
16. ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ ।
17. ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ଵାସିତ ହୋଇଥିଲେ ।
18. ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସାଙ୍ଗ କରି ସାକ୍ଷ୍ୟ ସ୍ଵରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ଵରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 40
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, 2 ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲୁ 3 ପୁଣି ଶିଳ୍ପକର୍ମ, ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି 4 ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ 5 ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ଵରଙ୍କ ଆତ୍ମାରେ ପରିପୂର୍ଣ୍ଣ କଲୁ । 6 ଆଉ ଦେଖ, ଆମ୍ଭେ ଦାନବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କଲୁ; ପୁଣି ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଲୁନ୍ତଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଲୁ, ତାହାସବୁ ସେମାନେ ନିର୍ମାଣ କରିବେ । 7 ଅର୍ଥାତ୍, ସମାଗମ-ତମ୍ଵୁ ଓ ସାକ୍ଷ୍ୟସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ଵୁର ସମସ୍ତ ପାତ୍ର, 8 ଆଉ ମେଜ ଓ ତହିଁର ପାତ୍ରାଦି ଓ ନିର୍ମଳ ଦୀପବୃକ୍ଷ ଓ ତହିଁର ସମସ୍ତ ପାତ୍ର ଓ ଧୂପବେଦି 9 ଓ ହୋମବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି, 10 ପୁଣି ସୁଶୋଭିତ ବସ୍ତ୍ର ଓ ଯାଜକକର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର, 11 ପୁଣି ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଲୁ, ତଦନୁସାରେ ସେମାନେ କରିବେ । 12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 13 ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ । 14 ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟଇ; ଯେ କେହି ତାହା ଅପବିତ୍ର କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ; ପୁଣି ଯେ କୌଣସି ପ୍ରାଣୀ ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ । 15 ଛଅ ଦିନ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହାବିଶ୍ରାମଦିନ; ସେହି ବିଶ୍ରାମଦିନରେ ଯେ କେହି କାର୍ଯ୍ୟ କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ । 16 ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ । 17 ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ଵାସିତ ହୋଇଥିଲେ । 18 ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସାଙ୍ଗ କରି ସାକ୍ଷ୍ୟ ସ୍ଵରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ଵରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 31 / 40
×

Alert

×

Oriya Letters Keypad References