ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ
1. ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର,ଅର୍ଥାତ୍,ଯିରୂଶାଲମର ଛବି ଅଙ୍କିତ କର;
2. ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର ।
3. ପୁଣି, ଏକ ଖଣ୍ତ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁଆଡ଼େ ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ । ଏହା ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ ହେବ ।
4. ଆହୁରି, ତୁମ୍ଭେ ଆପଣା ବାମ ପାର୍ଶ୍ଵରେ ଶୟନ କରି ଇସ୍ରାଏଲ-ବଂଶର ଅଧର୍ମ ତହିଁ ଉପରେ ରଖ, ତୁମ୍ଭେ ତହିଁ ଉପରେ ଶୟନ କରିବା ଦିନର ସଂଖ୍ୟାନୁସାରେ ସେମାନଙ୍କର ଅଧର୍ମ ବହିବ ।
5. କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍, ତିନି ଶତ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ-ବଂଶର ଅଧର୍ମ ବହିବ ।
6. ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଦକ୍ଷିଣ ପାର୍ଶ୍ଵରେ ଶୟନ କରି ଯିହୁଦା-ବଂଶର ଅଧର୍ମ ବହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ ।
7. ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟବେଷ୍ଟନ ଆଡ଼େ ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ।
8. ପୁଣି ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏପାର୍ଶ୍ଵରୁ ସେପାର୍ଶ୍ଵକୁ ଲେଉଟିବ ନାହିଁ ।
9. ଆହୁରି, ତୁମ୍ଭେ ଆପଣା ପାଇଁ ଗହମ ଓ ଯବ, ଶିମ ଓ ମସୁର ଓ କାଙ୍ଗୁ ଓ ଜନରା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟୀ ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶତ ନବେ ଦିନ ଆପଣା ପାର୍ଶ୍ଵରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ ।
10. ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ତୋଳା ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ ।
11. ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ ।
12. ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ଵାରା ତାହା ପାକ କରିବ ।
13. ପୁଣି, ସଦାପ୍ରଭୁ କହିଲେ, ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ି ଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ରୁଟୀ ଅଶୁଚି ଖାଇବେ ।
14. ସେତେବେଳେ ମୁଁ କହିଲି, ଆହା, ପ୍ରଭୋ, ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ଵୟଂମୃତ କିଅବା ପଶୁ ଦ୍ଵାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ ।
15. ତହିଁରେ ସେ ମୋତେ କହିଲେ, ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟୀ ପାକ କରିବ ।
16. ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ପରିମାଣ କରି ଭାବନାରେ ଅନ୍ନ ଭୋଜନ କରିବେ ଓ ସ୍ତମ୍ଭିତ ହୋଇ ପରିମାଣପୂର୍ବକ ଜଳ ପାନ କରିବେ;
17. ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ଏକଆରେକର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 48
1 ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର,ଅର୍ଥାତ୍,ଯିରୂଶାଲମର ଛବି ଅଙ୍କିତ କର; 2 ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର । 3 ପୁଣି, ଏକ ଖଣ୍ତ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁଆଡ଼େ ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ । ଏହା ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ ହେବ । 4 ଆହୁରି, ତୁମ୍ଭେ ଆପଣା ବାମ ପାର୍ଶ୍ଵରେ ଶୟନ କରି ଇସ୍ରାଏଲ-ବଂଶର ଅଧର୍ମ ତହିଁ ଉପରେ ରଖ, ତୁମ୍ଭେ ତହିଁ ଉପରେ ଶୟନ କରିବା ଦିନର ସଂଖ୍ୟାନୁସାରେ ସେମାନଙ୍କର ଅଧର୍ମ ବହିବ । 5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍, ତିନି ଶତ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ-ବଂଶର ଅଧର୍ମ ବହିବ । 6 ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଦକ୍ଷିଣ ପାର୍ଶ୍ଵରେ ଶୟନ କରି ଯିହୁଦା-ବଂଶର ଅଧର୍ମ ବହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ । 7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟବେଷ୍ଟନ ଆଡ଼େ ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ । 8 ପୁଣି ଦେଖ, ଆମ୍ଭେ ତୁମ୍ଭକୁ ରଜ୍ଜୁରେ ବାନ୍ଧୁଅଛୁ, ଏଣୁ ତୁମ୍ଭେ ତୁମ୍ଭର ଅବରୋଧର ଦିନ ସମାପ୍ତ ନ କରିବା ପର୍ଯ୍ୟନ୍ତ ଏପାର୍ଶ୍ଵରୁ ସେପାର୍ଶ୍ଵକୁ ଲେଉଟିବ ନାହିଁ । 9 ଆହୁରି, ତୁମ୍ଭେ ଆପଣା ପାଇଁ ଗହମ ଓ ଯବ, ଶିମ ଓ ମସୁର ଓ କାଙ୍ଗୁ ଓ ଜନରା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟୀ ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶତ ନବେ ଦିନ ଆପଣା ପାର୍ଶ୍ଵରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ । 10 ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ତୋଳା ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ । 11 ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ । 12 ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ଵାରା ତାହା ପାକ କରିବ । 13 ପୁଣି, ସଦାପ୍ରଭୁ କହିଲେ, ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ି ଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ରୁଟୀ ଅଶୁଚି ଖାଇବେ । 14 ସେତେବେଳେ ମୁଁ କହିଲି, ଆହା, ପ୍ରଭୋ, ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ଵୟଂମୃତ କିଅବା ପଶୁ ଦ୍ଵାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ । 15 ତହିଁରେ ସେ ମୋତେ କହିଲେ, ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟୀ ପାକ କରିବ । 16 ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ପରିମାଣ କରି ଭାବନାରେ ଅନ୍ନ ଭୋଜନ କରିବେ ଓ ସ୍ତମ୍ଭିତ ହୋଇ ପରିମାଣପୂର୍ବକ ଜଳ ପାନ କରିବେ; 17 ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ଏକଆରେକର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 48
×

Alert

×

Oriya Letters Keypad References