ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହୋଶୂୟ
1. ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି ।
2. ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ତଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
3. ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାତୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
4. ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ⇧ ସୀଦୋନୀୟମାନଙ୍କ ଅଧୀନ ମୀୟାରା ।
5. ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍ ।
6. ଲିବାନୋନ୍‍ଠାରୁ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ ।
7. ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧବଂଶକୁ ଏହି ଦେଶ ବିଭାଗ କରି ଦିଅ ।
8. ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
9. ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
10. ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
11. ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
12. ଅର୍ଥାତ୍, ଅଷ୍ଟାରୋତରେ ଓ ଇଦ୍ରିୟୀରେ ରାଜତ୍ଵକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ ।
13. ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି ।
14. କେବଳ ଲେବୀ ବଂଶକୁ ସେ କିଛି ଅଧିକାର ଦେଲେ ନାହିଁ; ତାହା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅଗ୍ନିକୃତ ଉପହାର ତାହାର ଅଧିକାର ହେଲା ।
15. ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ ।
16. ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି⇧;
17. ହିଷ୍ବୋନ ଓ ସମଭୂମିସ୍ଥିତ ଦୀବୋନ ଓ ବାମତ୍ବାଲ ଓ ବୈଥ୍ବାଲ-ମିୟୋନ,
18. ଯହସ୍ ଓ କଦେମୋତ୍ ଓ ମେଫାତ୍ ଗଣ. ୨୧:୨୩
19. ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର
20. ଓ ବୈଥ୍ପିୟୋର ଓ ଅସଦୋତ୍-ପିସ୍ଗା ଓ ବୈଥ୍-ଯିଶିମୋତ୍, ତହିଁର ଏହି ସମସ୍ତ ନଗର ।
21. ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ ଓ ସୂର ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ ।
22. ଇସ୍ରାଏଲ-ସନ୍ତାନଗଣ ଖଡ଼୍‍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ ।
23. ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା ।
24. ଆଉ ମୋଶା ଗାଦ୍ ବଂଶୀୟ ଗାଦ୍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ ।
25. ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା ।
26. ପୁଣି ହିଷ୍ବୋନଠାରୁ ରାମତ୍-ମିସ୍ପୀ ଓ ବଟନୀମ୍ ପର୍ଯ୍ୟନ୍ତ ଓ ମହନୟୀମଠାରୁ ଦବୀର ସୀମା ପର୍ଯ୍ୟନ୍ତ
27. ଓ ତଳଭୂମିରେ ବୈଥାରମ୍ ଓ ବୈଥ୍ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରା; ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ।
28. ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା ।
29. ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା ।
30. ସେମାନଙ୍କର ସୀମା ମହନୟୀମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର;
31. ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା ।
32. ଯର୍ଦ୍ଦନ ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରି ଦେଲେ ।
33. ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ । ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି ।

ରେକର୍ଡଗୁଡିକ

Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 24
1 ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି । 2 ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ତଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ; 3 ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାତୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ; 4 ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ⇧ ସୀଦୋନୀୟମାନଙ୍କ ଅଧୀନ ମୀୟାରା । 5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍ । 6 ଲିବାନୋନ୍‍ଠାରୁ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ । 7 ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧବଂଶକୁ ଏହି ଦେଶ ବିଭାଗ କରି ଦିଅ । 8 ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ, 9 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି, 10 ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର; 11 ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ, 12 ଅର୍ଥାତ୍, ଅଷ୍ଟାରୋତରେ ଓ ଇଦ୍ରିୟୀରେ ରାଜତ୍ଵକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ । 13 ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି । 14 କେବଳ ଲେବୀ ବଂଶକୁ ସେ କିଛି ଅଧିକାର ଦେଲେ ନାହିଁ; ତାହା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅଗ୍ନିକୃତ ଉପହାର ତାହାର ଅଧିକାର ହେଲା । 15 ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ ।
16 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି⇧;
17 ହିଷ୍ବୋନ ଓ ସମଭୂମିସ୍ଥିତ ଦୀବୋନ ଓ ବାମତ୍ବାଲ ଓ ବୈଥ୍ବାଲ-ମିୟୋନ, 18 ଯହସ୍ ଓ କଦେମୋତ୍ ଓ ମେଫାତ୍ ଗଣ. ୨୧:୨୩ 19 ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର 20 ଓ ବୈଥ୍ପିୟୋର ଓ ଅସଦୋତ୍-ପିସ୍ଗା ଓ ବୈଥ୍-ଯିଶିମୋତ୍, ତହିଁର ଏହି ସମସ୍ତ ନଗର । 21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ ଓ ସୂର ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ । 22 ଇସ୍ରାଏଲ-ସନ୍ତାନଗଣ ଖଡ଼୍‍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ । 23 ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା । 24 ଆଉ ମୋଶା ଗାଦ୍ ବଂଶୀୟ ଗାଦ୍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ । 25 ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା । 26 ପୁଣି ହିଷ୍ବୋନଠାରୁ ରାମତ୍-ମିସ୍ପୀ ଓ ବଟନୀମ୍ ପର୍ଯ୍ୟନ୍ତ ଓ ମହନୟୀମଠାରୁ ଦବୀର ସୀମା ପର୍ଯ୍ୟନ୍ତ 27 ଓ ତଳଭୂମିରେ ବୈଥାରମ୍ ଓ ବୈଥ୍ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରା; ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ । 28 ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା । 29 ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା । 30 ସେମାନଙ୍କର ସୀମା ମହନୟୀମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର; 31 ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା । 32 ଯର୍ଦ୍ଦନ ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରି ଦେଲେ । 33 ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ । ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 24
×

Alert

×

Oriya Letters Keypad References