ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହୋଶୂୟ
1. ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିୟାସର ଯାଜକଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶ-ସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁଆସିଲେ;
2. ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ ।
3. ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ଏହି ନଗର ଓ ତହିଁର ତଳିଭୂମି ଦେଲେ ।
4. ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ ବଂଶରୁ ତେର ନଗର ପାଇଲେ ।
5. ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ଵାରା ଇଫ୍ରୟିମ୍ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ ।
6. ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧବଂଶରୁ ତେର ନଗର ପାଇଲେ ।
7. ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ୍ ବଂଶରୁ ବାର ନଗର ପାଇଲେ ।
8. ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
9. ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି ।
10. ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା ।
11. ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା ।
12. ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦେଲେ ।
13. ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,
14. ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟମୋୟ ଓ ତହିଁ ତଳିଭୂମି,
15. ହୋଲୋନ୍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,
16. ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବୈଥ୍ଶେମଶ୍ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ ।
17. ପୁଣି ବିନ୍ୟାମୀନ ବଂଶରୁ ଗିବିୟୋନ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,
18. ଅନାଥୋତ୍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର ।
19. ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା ।
20. ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ ।
21. ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
22. କିବ୍ସୟିମ୍ ଓ ତହିଁ ତଳିଭୂମି, ବୈଥ୍ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
23. ପୁଣି ଦାନ୍ ବଂଶରୁ ଇଲତ୍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ୍ ଓ ତହିଁ ତଳିଭୂମି,
24. ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
25. ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ ।
26. କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା ।
27. ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ ।
28. ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି,
29. ଯର୍ମୂତ୍ ଓ ତହିଁ ତଳିଭୂମି, ଐନ-ଗନ୍ନିମ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
30. ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି,
31. ହିଲକତ୍ ଓ ତହିଁ ତଳିଭୂମି, ରହୋବ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
32. ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ ।
33. ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ ।
34. ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
35. ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
36. ପୁଣି ରୁବେନ୍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,
37. କଦେମୋତ୍ ଓ ତହିଁ ତଳିଭୂମି, ମେଫାତ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ ।
38. ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ୍ ଓ ତହିଁ ତଳିଭୂମି,
39. ହିଷବୋନ୍ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ ।
40. ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା ।
41. ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟ-ମାନଙ୍କର ହେଲା ।
42. ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା ।
43. ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ ।
44. ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ ।
45. ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 24
1 ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିୟାସର ଯାଜକଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶ-ସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁଆସିଲେ; 2 ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ । 3 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ଏହି ନଗର ଓ ତହିଁର ତଳିଭୂମି ଦେଲେ । 4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ ବଂଶରୁ ତେର ନଗର ପାଇଲେ । 5 ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ଵାରା ଇଫ୍ରୟିମ୍ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ । 6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧବଂଶରୁ ତେର ନଗର ପାଇଲେ । 7 ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ୍ ବଂଶରୁ ବାର ନଗର ପାଇଲେ । 8 ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ। 9 ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି । 10 ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା । 11 ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା । 12 ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦେଲେ । 13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି, 14 ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟମୋୟ ଓ ତହିଁ ତଳିଭୂମି, 15 ହୋଲୋନ୍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି, 16 ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବୈଥ୍ଶେମଶ୍ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ । 17 ପୁଣି ବିନ୍ୟାମୀନ ବଂଶରୁ ଗିବିୟୋନ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି, 18 ଅନାଥୋତ୍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର । 19 ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା । 20 ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ । 21 ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି, 22 କିବ୍ସୟିମ୍ ଓ ତହିଁ ତଳିଭୂମି, ବୈଥ୍ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ । 23 ପୁଣି ଦାନ୍ ବଂଶରୁ ଇଲତ୍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ୍ ଓ ତହିଁ ତଳିଭୂମି, 24 ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ । 25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ । 26 କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା । 27 ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ । 28 ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି, 29 ଯର୍ମୂତ୍ ଓ ତହିଁ ତଳିଭୂମି, ଐନ-ଗନ୍ନିମ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ । 30 ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି, 31 ହିଲକତ୍ ଓ ତହିଁ ତଳିଭୂମି, ରହୋବ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ । 32 ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ । 33 ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ । 34 ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି, 35 ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ । 36 ପୁଣି ରୁବେନ୍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି, 37 କଦେମୋତ୍ ଓ ତହିଁ ତଳିଭୂମି, ମେଫାତ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ । 38 ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ୍ ଓ ତହିଁ ତଳିଭୂମି, 39 ହିଷବୋନ୍ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ । 40 ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା । 41 ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟ-ମାନଙ୍କର ହେଲା । 42 ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା । 43 ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ । 44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ । 45 ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 24
×

Alert

×

Oriya Letters Keypad References