ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗଣନା ପୁସ୍ତକ
1. ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
3. ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ ।
4. ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ ।
5. ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ ।
6. ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ ।
7. ସେହି ଲୋକମାନେ ତାଙ୍କୁ କହିଲେ, ଆମ୍ଭେମାନେ ମନୁଷ୍ୟର ଶବ ଦ୍ଵାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କିହେତୁ ଆମ୍ଭେମାନେ ନିବାରିତ ହେଉ?
8. ତେବେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ ।
9. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
10. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯେବେ କେହି ଶବ ଦ୍ଵାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;
11. ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ;
12. ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ ।
13. ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷା; ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ;
14. ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ଵଦେଶଜାତ କି ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ ।
15. ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ଵୁକୁ ଆଚ୍ଛାଦନ କଲା; ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
16. ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି ରାତ୍ରରେ ଅଗ୍ନିତୁଲ୍ୟ ଦେଖାଗଲା ।
17. ଆଉ ଯେକୌଣସି ସମୟରେ ତମ୍ଵୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେସମୟ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ ।
18. ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ ।
19. ପୁଣି ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ଵ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ ।
20. ପୁଣି କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେସମୟରେ ହେଁ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ ।
21. ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯେବେ ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ ।
22. ଦୁଇ ଦିନ କି ଏକ ମାସ କି ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ଵ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ ।
23. ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ।

ରେକର୍ଡଗୁଡିକ

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 36
1 ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ; 3 ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ । 4 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ । 5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ । 6 ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ ।
7 ସେହି ଲୋକମାନେ ତାଙ୍କୁ କହିଲେ, ଆମ୍ଭେମାନେ ମନୁଷ୍ୟର ଶବ ଦ୍ଵାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କିହେତୁ ଆମ୍ଭେମାନେ ନିବାରିତ ହେଉ?
8 ତେବେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ । 9 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 10 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯେବେ କେହି ଶବ ଦ୍ଵାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ; 11 ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ; 12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ । 13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷା; ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ; 14 ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ଵଦେଶଜାତ କି ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ । 15 ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ଵୁକୁ ଆଚ୍ଛାଦନ କଲା; ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା 16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି ରାତ୍ରରେ ଅଗ୍ନିତୁଲ୍ୟ ଦେଖାଗଲା । 17 ଆଉ ଯେକୌଣସି ସମୟରେ ତମ୍ଵୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେସମୟ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ । 18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ । 19 ପୁଣି ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ଵ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ । 20 ପୁଣି କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେସମୟରେ ହେଁ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ । 21 ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯେବେ ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ । 22 ଦୁଇ ଦିନ କି ଏକ ମାସ କି ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ଵ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ । 23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 36
×

Alert

×

Oriya Letters Keypad References