ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ
1. ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ ।
2. ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା ।
3. ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି ।
4. ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ ଓ ସମ୍ମାନ ଓ ଜୀବନ ଅଟେ ।
5. କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ ।
6. ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ ।
7. ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଋଣୀ ମହାଜନର ଦାସ ହୁଏ ।
8. ଯେ ଅଧର୍ମ (ବୀଜ) ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ତ ଲୁପ୍ତ ହେବ ।
9. ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
10. ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ ।
11. ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ ।
12. ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ଵାସଘାତକର କଥା ସେ ଓଲଟାଇ ପକାନ୍ତି ।
13. ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି ।
14. ପର-ସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ ।
15. ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ ।
16. ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକି ଦାନ କରେ, ତାହାକୁ କେବଳ ଅଭାବ ଘଟିବ ।
17. ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ ।
18. ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ ।
19. ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି ।
20. ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି ଯେଉଁମାନେ ତୁମ୍ଭକୁ ପଠାନ୍ତି,
21. ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?
22. ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି ନଗର-ଦ୍ଵାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ ।
23. ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ ।
24. ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ;
25. କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ ।
26. ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ ।
27. ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?
28. ତୁମ୍ଭର ପିତୃଲୋକମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ ।
29. ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ । ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ ।

ରେକର୍ଡଗୁଡିକ

Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 31
1 ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ । 2 ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା । 3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି । 4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ ଓ ସମ୍ମାନ ଓ ଜୀବନ ଅଟେ । 5 କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ । 6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ । 7 ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଋଣୀ ମହାଜନର ଦାସ ହୁଏ । 8 ଯେ ଅଧର୍ମ (ବୀଜ) ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ତ ଲୁପ୍ତ ହେବ । 9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ। 10 ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ । 11 ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ । 12 ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ଵାସଘାତକର କଥା ସେ ଓଲଟାଇ ପକାନ୍ତି । 13 ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି । 14 ପର-ସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ । 15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ । 16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକି ଦାନ କରେ, ତାହାକୁ କେବଳ ଅଭାବ ଘଟିବ ।
17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ ।
18 ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ । 19 ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି । 20 ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି ଯେଉଁମାନେ ତୁମ୍ଭକୁ ପଠାନ୍ତି, 21 ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ? 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି ନଗର-ଦ୍ଵାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ । 23 ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ । 24 ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ; 25 କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ । 26 ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ । 27 ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ? 28 ତୁମ୍ଭର ପିତୃଲୋକମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ । 29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ । ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 31
×

Alert

×

Oriya Letters Keypad References