ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର ।
2. ଏବେ ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
3. ମାତ୍ର ଆମ୍ଭମାନଙ୍କ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି ।
4. ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ ।
5. ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ ।
6. ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
7. ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ ।
8. ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ ।
9. ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ ।
10. ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ ।
11. ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ ।
12. ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ ।
13. ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ ।
14. ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ ।
15. ତୁମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ ।
16. ସ୍ଵର୍ଗ ସଦାପ୍ରଭୁଙ୍କର ସ୍ଵର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି ।
17. ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
18. ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 115 / 150
1 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର । 2 ଏବେ ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ? 3 ମାତ୍ର ଆମ୍ଭମାନଙ୍କ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି । 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ । 5 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ । 6 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ; 7 ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ । 8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ । 9 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । 10 ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । 11 ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । 12 ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ । 13 ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ । 14 ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ । 15 ତୁମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ । 16 ସ୍ଵର୍ଗ ସଦାପ୍ରଭୁଙ୍କର ସ୍ଵର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି । 17 ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ; 18 ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 115 / 150
×

Alert

×

Oriya Letters Keypad References