ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି ।
2. ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ମୋʼ ଲୋକମାନଙ୍କୁ ମୋʼ ପଦତଳେ ବଶୀଭୂତ କରନ୍ତି ।
3. ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?
4. ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ ।
5. ହେ ସଦାପ୍ରଭୋ, ଆପଣା ଗଗନମଣ୍ତଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ ।
6. ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର ।
7. ଊର୍ଦ୍ଧ୍ଵରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
8. ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
9. ହେ ପରମେଶ୍ଵର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି ।
10. ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ଼୍‍ଗରୁ ରକ୍ଷା କରନ୍ତି ।
11. ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
12. ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନା-ବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
13. ଆମ୍ଭମାନଙ୍କ ଭଣ୍ତାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
14. ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
15. ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟଣ!
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 144 / 150
1 ଦାଉଦଙ୍କର ଗୀତ । ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି । 2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ମୋʼ ଲୋକମାନଙ୍କୁ ମୋʼ ପଦତଳେ ବଶୀଭୂତ କରନ୍ତି । 3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର? 4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ । 5 ହେ ସଦାପ୍ରଭୋ, ଆପଣା ଗଗନମଣ୍ତଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ । 6 ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର । 7 ଊର୍ଦ୍ଧ୍ଵରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ 8 ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର । 9 ହେ ପରମେଶ୍ଵର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି । 10 ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ଼୍‍ଗରୁ ରକ୍ଷା କରନ୍ତି । 11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର । 12 ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନା-ବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ; 13 ଆମ୍ଭମାନଙ୍କ ଭଣ୍ତାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ; 14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ; 15 ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟଣ!
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 144 / 150
×

Alert

×

Oriya Letters Keypad References