ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ
1. ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ । ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର ।
2. ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ ।
3. ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ଵାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ ।
4. କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ ।
5. ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ ।
6. ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ଵାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ ।
7. ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକ-ମାନଙ୍କର ଆଶା ବିନଷ୍ଟ ହୁଏ ।
8. ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି ଦୁଷ୍ଟ ତାହା ବଦଳେ ତହିଁକି ଆସେ ।
9. ଧର୍ମହୀନ ଲୋକ ଆପଣା ମୁଖରେ ପ୍ରତିବାସୀକି ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ ।
10. ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ଵନି ହୁଏ ।
11. ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ ।
12. ଯେ ଆପଣା ପ୍ରତିବାସୀକି ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ ।
13. ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ଵସ୍ତ ମନ, ସେ କଥା ଢାଙ୍କେ ।
14. ସୁମନ୍ତ୍ରଣାର ଅଭାବରେ ଲୋକମାନେ ପତିତ ହୁଅନ୍ତି, ପୁଣି ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ ।
15. ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ଲଗା ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ ।
16. ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି ।
17. ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ ।
18. ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି ।
19. ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁ ଘଟାଏ ।
20. କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର ।
21. ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ତିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ ।
22. ଘୁସୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ ।
23. ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ ।
24. କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି କେହି କେହି ଉଚିତ ବ୍ୟୟ ଅସ୍ଵୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ ।
25. ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ ।
26. ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ ।
27. ଯେଉଁ ବ୍ୟକ୍ତି ଯନିରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ (ପରର) ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ ।
28. ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ ।
29. ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
30. ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି ଯେ ଜ୍ଞାନବାନ, ସେ (ଅନ୍ୟମାନଙ୍କର) ଆତ୍ମା ଲାଭ କରେ ।
31. ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 31
1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ । ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର । 2 ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ । 3 ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ଵାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ । 4 କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ । 5 ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ । 6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ଵାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ । 7 ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକ-ମାନଙ୍କର ଆଶା ବିନଷ୍ଟ ହୁଏ । 8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି ଦୁଷ୍ଟ ତାହା ବଦଳେ ତହିଁକି ଆସେ । 9 ଧର୍ମହୀନ ଲୋକ ଆପଣା ମୁଖରେ ପ୍ରତିବାସୀକି ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ । 10 ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ଵନି ହୁଏ । 11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ । 12 ଯେ ଆପଣା ପ୍ରତିବାସୀକି ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ । 13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ଵସ୍ତ ମନ, ସେ କଥା ଢାଙ୍କେ । 14 ସୁମନ୍ତ୍ରଣାର ଅଭାବରେ ଲୋକମାନେ ପତିତ ହୁଅନ୍ତି, ପୁଣି ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ । 15 ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ଲଗା ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ । 16 ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି । 17 ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ । 18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି । 19 ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁ ଘଟାଏ । 20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର । 21 ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ତିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ । 22 ଘୁସୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ । 23 ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ । 24 କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି କେହି କେହି ଉଚିତ ବ୍ୟୟ ଅସ୍ଵୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ । 25 ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ । 26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ । 27 ଯେଉଁ ବ୍ୟକ୍ତି ଯନିରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ (ପରର) ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ । 28 ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ । 29 ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ। 30 ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି ଯେ ଜ୍ଞାନବାନ, ସେ (ଅନ୍ୟମାନଙ୍କର) ଆତ୍ମା ଲାଭ କରେ । 31 ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 31
×

Alert

×

Oriya Letters Keypad References