ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ ।
2. ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
3. ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା ।
4. ଦ୍ଵିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
5. ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
6. ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍ ଥିଲା ।
7. ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
8. ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
9. ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଇରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
10. ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
11. ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
12. ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
13. ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
14. ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
15. ଦ୍ଵାଦଶ ମାସ ନିମନ୍ତେ ଦ୍ଵାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
16. ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟ-ମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଷର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ ।
17. ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶ୍ବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ ।
18. ଯିହୁଦା-ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର-ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି ।
19. ସବୂଲୂନ୍-ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି-ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍ ।
20. ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ ।
21. ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ଜିଖରୀୟର ପୁତ୍ର ଯିଦ୍ଦୋ; ବିନ୍ୟାମୀନ୍-ବଂଶ ମଧ୍ୟରେ ଅବ୍ନରର ପୁତ୍ର ଯାସୀୟେଲ ।
22. ଦାନ୍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ ।
23. ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ । କାରଣ ସଦାପ୍ରଭୁ ଆକାଶମଣ୍ତଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ ।
24. ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ ।
25. ଆଉ ଅଦୀୟେଲର ପୁତ୍ର ଅସ୍ମାବତ୍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ତାରସବୁର ଅଧ୍ୟକ୍ଷ ଥିଲା ।
26. ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା ।
27. ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍ମୀୟ ସବ୍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ତାରର ଅଧ୍ୟକ୍ଷ ଥିଲା ।
28. ପୁଣି ଗାଦେରୀୟ ବାଲ୍ହାନନ୍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମିରିବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍ ତୈଳ-ଭଣ୍ତାରର ଅଧ୍ୟକ୍ଷ ଥିଲା ।
29. ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା ।
30. ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା ।
31. ହାଗରୀୟ ଯାଷୀଷ୍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ ।
32. ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ । ଆଉ ଅକ୍ମୋନିର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା ।
33. ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା ।
34. ଆଉ ଅହୀତୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 27 / 29
1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ । 2 ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 3 ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା । 4 ଦ୍ଵିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 6 ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍ ଥିଲା । 7 ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 8 ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 9 ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଇରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 10 ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 11 ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 15 ଦ୍ଵାଦଶ ମାସ ନିମନ୍ତେ ଦ୍ଵାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ । 16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟ-ମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଷର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ । 17 ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶ୍ବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ । 18 ଯିହୁଦା-ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର-ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି । 19 ସବୂଲୂନ୍-ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି-ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍ । 20 ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ । 21 ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ଜିଖରୀୟର ପୁତ୍ର ଯିଦ୍ଦୋ; ବିନ୍ୟାମୀନ୍-ବଂଶ ମଧ୍ୟରେ ଅବ୍ନରର ପୁତ୍ର ଯାସୀୟେଲ । 22 ଦାନ୍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ । 23 ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ । କାରଣ ସଦାପ୍ରଭୁ ଆକାଶମଣ୍ତଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ । 24 ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ । 25 ଆଉ ଅଦୀୟେଲର ପୁତ୍ର ଅସ୍ମାବତ୍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ତାରସବୁର ଅଧ୍ୟକ୍ଷ ଥିଲା । 26 ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା । 27 ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍ମୀୟ ସବ୍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ତାରର ଅଧ୍ୟକ୍ଷ ଥିଲା । 28 ପୁଣି ଗାଦେରୀୟ ବାଲ୍ହାନନ୍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମିରିବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍ ତୈଳ-ଭଣ୍ତାରର ଅଧ୍ୟକ୍ଷ ଥିଲା । 29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା । 30 ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା । 31 ହାଗରୀୟ ଯାଷୀଷ୍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ । 32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ । ଆଉ ଅକ୍ମୋନିର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା । 33 ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା । 34 ଆଉ ଅହୀତୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 27 / 29
×

Alert

×

Oriya Letters Keypad References