ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ ।
2. ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ ।
3. ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ଵରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା; କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ ।
4. ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ଵନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ଼୍‍ଗ ଭାଙ୍ଗି ନଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍‍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ ।
5. ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ ।
6. କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି ସେମାନେ ବିଦେଶୀୟ ସନ୍ତାନ-ଗଣ ସହିତ ହସ୍ତ ତାଳି ଦିଅନ୍ତି ।
7. ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ଵରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ ।
8. ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ଵହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି ।
9. ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ ।
10. ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ ।
11. ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ ।
12. କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
13. ଅର୍ଥାତ୍, (ସେଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
14. ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;
15. ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
16. ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ ।
17. ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟ-ମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ ।
18. ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ ।
19. ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ଵ ଓ ମହିମାର ତେଜରୁ ଶୈଳର ଗୁମ୍ପା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ ।
20. ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ଵର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
21. ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ଵର୍ଣ୍ଣମୟ ପ୍ରତିମାଗଣକୁ ସେଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ ।
22. ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷା; ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 66
1 ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ । 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ । 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ଵରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା; କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ । 4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ଵନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ଼୍‍ଗ ଭାଙ୍ଗି ନଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍‍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ । 5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ । 6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି ସେମାନେ ବିଦେଶୀୟ ସନ୍ତାନ-ଗଣ ସହିତ ହସ୍ତ ତାଳି ଦିଅନ୍ତି । 7 ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ଵରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ । 8 ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ଵହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି । 9 ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ । 10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ । 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ । 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ; 13 ଅର୍ଥାତ୍, (ସେଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ; 14 ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ; 15 ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ; 16 ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ । 17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟ-ମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ । 18 ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ । 19 ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ଵ ଓ ମହିମାର ତେଜରୁ ଶୈଳର ଗୁମ୍ପା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ । 20 ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ଵର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ; 21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ଵର୍ଣ୍ଣମୟ ପ୍ରତିମାଗଣକୁ ସେଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ । 22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷା; ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 66
×

Alert

×

Oriya Letters Keypad References