ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ବେଳେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି ।
2. ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି ।
3. ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;
4. ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ଵାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ବେଳେ ଇସ୍ରାଏଲ-ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ଵହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ତ ଦେଇଥିଲେ ।
5. ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ ।
6. ପୁଣି ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ ।
7. ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ ।
8. ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ ।
9. ପୁଣି ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ ।
10. ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କଲେ ।
11. ପୁଣି ସେମାନେ ସୂଫ ସମୁଦ୍ର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ ।
12. ପୁଣି ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ ।
13. ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ ।
14. ପୁଣି ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା ।
15. ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
16. ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ ।
17. ପୁଣି ସେମାନେ କିବ୍ରୋତ୍ ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ ।
18. ପୁଣି ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ ଗଣ.୧୨:୧୬
19. ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ-ପେରସରେ ଛାଉଣି ସ୍ଥାପନ କଲେ ।
20. ପୁଣି ସେମାନେ ରିମ୍ମୋନ-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ ।
21. ପୁଣି ସେମାନେ ଲିବ୍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ ।
22. ପୁଣି ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,
23. ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ ।
24. ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,
25. ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,
26. ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ ।
27. ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,
28. ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ
29. ଓ ସେମାନେ ମିତ୍କାରୁ ଯାତ୍ରା କରି ହଶ୍ମୋନାରେ ଛାଉଣି ସ୍ଥାପନ କଲେ,
30. ଓ ସେମାନେ ହଶ୍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ ।
31. ପୁଣି ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,
32. ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ
33. ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ,
34. ଓ ସେମାନେ ଯଟ୍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ ।
35. ପୁଣି ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ ।
36. ପୁଣି ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସିନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
37. ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ ।
38. ଏଉତ୍ତାରୁ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ ।
39. ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା ।
40. ଅନନ୍ତର କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ଵାଦ ଶୁଣିଲେ ।
41. ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ,
42. ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
43. ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ ।
44. ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଚାଉଣି ସ୍ଥାପନ କଲେ,
45. ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦରେ ଛାଉଣି ସ୍ଥାପନ କଲେ,
46. ଓ ସେମାନେ ଦୀବୋନ୍-ଗାଦରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ ।
47. ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ ପର୍ବତରେ ଛାଉଣି ସ୍ଥାପନ କଲେ ।
48. ପୁଣି ସେମାନେ ଅବାରୀମ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ ।
49. ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍ଯିଶୀମୋତଠାରୁ ଆବେଲ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ ।
50. ଅନନ୍ତର ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
51. ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
52. ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ ।
53. ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ ।
54. ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ ।
55. ମାତ୍ର ଯେବେ ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ଵରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ ।
56. ପୁଣି ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 36
1 ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ବେଳେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି । 2 ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି । 3 ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ; 4 ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ଵାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ବେଳେ ଇସ୍ରାଏଲ-ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ଵହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ତ ଦେଇଥିଲେ । 5 ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ । 6 ପୁଣି ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ । 7 ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ । 8 ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ । 9 ପୁଣି ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ । 10 ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କଲେ । 11 ପୁଣି ସେମାନେ ସୂଫ ସମୁଦ୍ର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ । 12 ପୁଣି ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ । 13 ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ । 14 ପୁଣି ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା । 15 ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ 16 ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ । 17 ପୁଣି ସେମାନେ କିବ୍ରୋତ୍ ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ । 18 ପୁଣି ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ ଗଣ.୧୨:୧୬ 19 ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ-ପେରସରେ ଛାଉଣି ସ୍ଥାପନ କଲେ । 20 ପୁଣି ସେମାନେ ରିମ୍ମୋନ-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ । 21 ପୁଣି ସେମାନେ ଲିବ୍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ । 22 ପୁଣି ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ, 23 ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ । 24 ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ, 25 ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ, 26 ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ । 27 ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ, 28 ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ 29 ଓ ସେମାନେ ମିତ୍କାରୁ ଯାତ୍ରା କରି ହଶ୍ମୋନାରେ ଛାଉଣି ସ୍ଥାପନ କଲେ, 30 ଓ ସେମାନେ ହଶ୍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ । 31 ପୁଣି ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ, 32 ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ 33 ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ, 34 ଓ ସେମାନେ ଯଟ୍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ । 35 ପୁଣି ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ । 36 ପୁଣି ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସିନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି), 37 ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ । 38 ଏଉତ୍ତାରୁ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ । 39 ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା । 40 ଅନନ୍ତର କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ଵାଦ ଶୁଣିଲେ । 41 ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ, 42 ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ, 43 ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ । 44 ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଚାଉଣି ସ୍ଥାପନ କଲେ, 45 ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦରେ ଛାଉଣି ସ୍ଥାପନ କଲେ, 46 ଓ ସେମାନେ ଦୀବୋନ୍-ଗାଦରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ । 47 ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ ପର୍ବତରେ ଛାଉଣି ସ୍ଥାପନ କଲେ । 48 ପୁଣି ସେମାନେ ଅବାରୀମ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ । 49 ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍ଯିଶୀମୋତଠାରୁ ଆବେଲ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ । 50 ଅନନ୍ତର ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 51 ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ, 52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ । 53 ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ । 54 ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ । 55 ମାତ୍ର ଯେବେ ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ଵରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ । 56 ପୁଣି ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 36
×

Alert

×

Oriya Letters Keypad References