ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ ।
2. ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି ।
3. ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି ।
4. ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି ।
5. ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ ।
6. ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି ।
7. ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର;
8. ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି ।
9. ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରାକାଉ ଛୁଆମାନଙ୍କୁ ଆହାର ଦିଅନ୍ତି ।
10. ସେ ଅଶ୍ଵର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି ।
11. ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି ।
12. ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ଵରଙ୍କର ପ୍ରଶଂସା କର;
13. କାରଣ ସେ ତୁମ୍ଭ ଦ୍ଵାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି ।
14. ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି ।
15. ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ ।
16. ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି ।
17. ସେ ଖଣ୍ତ ଖଣ୍ତ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?
18. ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ ।
19. ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି ।
20. ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 147 / 150
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ ।
2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି । 3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି । 4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି । 5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ । 6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି । 7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର; 8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି । 9 ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରାକାଉ ଛୁଆମାନଙ୍କୁ ଆହାର ଦିଅନ୍ତି । 10 ସେ ଅଶ୍ଵର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି । 11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି । 12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ଵରଙ୍କର ପ୍ରଶଂସା କର; 13 କାରଣ ସେ ତୁମ୍ଭ ଦ୍ଵାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି । 14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି । 15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ । 16 ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି । 17 ସେ ଖଣ୍ତ ଖଣ୍ତ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ? 18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ । 19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି । 20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 147 / 150
×

Alert

×

Oriya Letters Keypad References