ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ । ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ ।
2. ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ ।
3. ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ ।
4. ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା ।
5. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ ।
6. ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ଵଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
7. ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶା; କରିଥାଅ ।
8. ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ପ୍ରାତଃକାଳ ଓ ସନ୍ଧ୍ୟାକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ ।
9. ତୁମ୍ଭେ ପୃଥିବୀର ତତ୍ତ୍ଵାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ଵରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକି ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ ।
10. ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
11. ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ ।
12. ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି ।
13. ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ଵନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 65 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ । ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ । 2 ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ । 3 ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ । 4 ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା । 5 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ । 6 ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ଵଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ; 7 ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶା; କରିଥାଅ । 8 ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ପ୍ରାତଃକାଳ ଓ ସନ୍ଧ୍ୟାକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ । 9 ତୁମ୍ଭେ ପୃଥିବୀର ତତ୍ତ୍ଵାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ଵରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକି ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ । 10 ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ; 11 ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ । 12 ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି । 13 ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ଵନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 65 / 150
×

Alert

×

Oriya Letters Keypad References