ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. ଅନନ୍ତର ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ଵାବଧାନ କଲେ; ପୁଣି ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ ।
2. ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ଵରଙ୍କ ଦ୍ଵାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ ।
3. ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‍ହାକ (ହାସ୍ୟ) ରଖିଲେ ।
4. ପୁଣି ଅବ୍ରହାମ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଆଠ ଦିନ ବୟସରେ ସୁନ୍ନତ କଲେ ।
5. ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‍ହାକ ଜାତ ହେଲା ।
6. ଆଉ ସାରା କହିଲେ, ପରମେଶ୍ଵର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ ।
7. ସେ ଆହୁରି କହିଲେ, ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି ।
8. ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ ।
9. ଅନନ୍ତର ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି ।
10. ଏହେତୁ ସେ ଅବ୍ରହାମଙ୍କୁ କହିଲା, ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ ।
11. ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ ।
12. ସେତେବେଳେ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ ।
13. ଆଉ ଏହି ଦାସୀପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା ।
14. ଅନନ୍ତର ଅବ୍ରହାମ ପ୍ରଭାତରେ ଉଠି ରୋଟୀ ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକକୁ ସମର୍ପଣ କରି ତାହାକୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା ।
15. ପୁଣି କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକକୁ ଛାଡ଼ି ଦେଲା ।
16. ପୁଣି ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, ବାଳକର ମରଣ ମୁଁ ଦେଖିବି ନାହିଁ । ପୁଣି ସେ ତାହା ଆଗରେ ବସି ଉଚ୍ଚ ସ୍ଵରରେ ରୋଦନ କଲା ।
17. ସେତେବେଳେ ପରମେଶ୍ଵର ବାଳକର ରବ ଶୁଣିଲେ; ପୁଣି ପରମେଶ୍ଵରଙ୍କ ଦୂତ ଆକାଶରୁ ଡାକି ହାଗାରକୁ କହିଲେ, ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ଵର ତାହାର ରବ ଶୁଣିଅଛନ୍ତି ।
18. ତୁମ୍ଭେ ଠିଆ ହୋଇ ବାଳକକୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା ।
19. ସେତେବେଳେ ପରମେଶ୍ଵର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା ।
20. ଅନନ୍ତର ପରମେଶ୍ଵର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା ।
21. ସେ ପାରଣ୍ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ ଦେଲା ।
22. ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, ପରମେଶ୍ଵର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି ।
23. ଏଣୁକରି ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ଵାସଘାତକତା କରିବ ନାହିଁ; ପୁଣି ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ଵରଙ୍କ ଶପଥ କରି ଏହି କଥା କୁହ ।
24. ତହିଁରେ ଅବ୍ରହାମ କହିଲେ, ମୁଁ ଶପଥ କରିବି ।
25. ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ ।
26. ତହିଁରେ ଅବିମେଲକ କହିଲେ, ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ ।
27. ଅନନ୍ତର ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି ଦୁହେଁ ଗୋଟିଏ ନିୟମ ସ୍ଥିର କଲେ ।
28. ଆଉ ଅବ୍ରହାମ ପଲରୁ ସାତଗୋଟା ମେଷବତ୍ସା ପୃଥକ କରି ରଖିଲେ ।
29. ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟା ମେଷବତ୍ସା ପୃଥକ କରି ରଖିଲ?
30. ଅବ୍ରହାମ କହିଲେ, ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼଠାରୁ ଏହି ସାତଗୋଟା ମେଷବତ୍ସା ନେବାକୁ ହେବ ।
31. ଏଣୁ ସେହି ସ୍ଥାନର ନାମ ବେର୍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ ।
32. ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ ।
33. ଅନନ୍ତର ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନ; ପରମେଶ୍ଵର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ ।
34. ପୁଣି ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ କାଳ ପ୍ରବାସ କଲେ ।

Notes

No Verse Added

Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 50
ଆଦି ପୁସ୍ତକ 21:1
1 ଅନନ୍ତର ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ଵାବଧାନ କଲେ; ପୁଣି ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ । 2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ଵରଙ୍କ ଦ୍ଵାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ । 3 ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‍ହାକ (ହାସ୍ୟ) ରଖିଲେ । 4 ପୁଣି ଅବ୍ରହାମ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‍ହାକକୁ ଆଠ ଦିନ ବୟସରେ ସୁନ୍ନତ କଲେ । 5 ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‍ହାକ ଜାତ ହେଲା । 6 ଆଉ ସାରା କହିଲେ, ପରମେଶ୍ଵର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ । 7 ସେ ଆହୁରି କହିଲେ, ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି । 8 ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ । 9 ଅନନ୍ତର ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି । 10 ଏହେତୁ ସେ ଅବ୍ରହାମଙ୍କୁ କହିଲା, ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ । 11 ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ । 12 ସେତେବେଳେ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ । 13 ଆଉ ଏହି ଦାସୀପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା । 14 ଅନନ୍ତର ଅବ୍ରହାମ ପ୍ରଭାତରେ ଉଠି ରୋଟୀ ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକକୁ ସମର୍ପଣ କରି ତାହାକୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା । 15 ପୁଣି କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକକୁ ଛାଡ଼ି ଦେଲା । 16 ପୁଣି ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, ବାଳକର ମରଣ ମୁଁ ଦେଖିବି ନାହିଁ । ପୁଣି ସେ ତାହା ଆଗରେ ବସି ଉଚ୍ଚ ସ୍ଵରରେ ରୋଦନ କଲା । 17 ସେତେବେଳେ ପରମେଶ୍ଵର ବାଳକର ରବ ଶୁଣିଲେ; ପୁଣି ପରମେଶ୍ଵରଙ୍କ ଦୂତ ଆକାଶରୁ ଡାକି ହାଗାରକୁ କହିଲେ, ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ଵର ତାହାର ରବ ଶୁଣିଅଛନ୍ତି । 18 ତୁମ୍ଭେ ଠିଆ ହୋଇ ବାଳକକୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା । 19 ସେତେବେଳେ ପରମେଶ୍ଵର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା । 20 ଅନନ୍ତର ପରମେଶ୍ଵର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା । 21 ସେ ପାରଣ୍ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ ଦେଲା । 22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, ପରମେଶ୍ଵର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି । 23 ଏଣୁକରି ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ଵାସଘାତକତା କରିବ ନାହିଁ; ପୁଣି ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ଵରଙ୍କ ଶପଥ କରି ଏହି କଥା କୁହ । 24 ତହିଁରେ ଅବ୍ରହାମ କହିଲେ, ମୁଁ ଶପଥ କରିବି । 25 ଆଉ ଅବିମେଲକଙ୍କର ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ । 26 ତହିଁରେ ଅବିମେଲକ କହିଲେ, ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ । 27 ଅନନ୍ତର ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି ଦୁହେଁ ଗୋଟିଏ ନିୟମ ସ୍ଥିର କଲେ । 28 ଆଉ ଅବ୍ରହାମ ପଲରୁ ସାତଗୋଟା ମେଷବତ୍ସା ପୃଥକ କରି ରଖିଲେ । 29 ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟା ମେଷବତ୍ସା ପୃଥକ କରି ରଖିଲ? 30 ଅବ୍ରହାମ କହିଲେ, ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼଠାରୁ ଏହି ସାତଗୋଟା ମେଷବତ୍ସା ନେବାକୁ ହେବ । 31 ଏଣୁ ସେହି ସ୍ଥାନର ନାମ ବେର୍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ । 32 ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ । 33 ଅନନ୍ତର ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନ; ପରମେଶ୍ଵର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । 34 ପୁଣି ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ କାଳ ପ୍ରବାସ କଲେ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 50
Common Bible Languages
West Indian Languages
×

Alert

×

oriya Letters Keypad References