ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
2. ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ ।
3. ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ ।
4. ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ ।
5. ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ ।
6. ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ?
7. ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି ।
8. ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ ।
9. ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ ।
10. ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି ।
11. ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି ।
12. ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି;
13. ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ ।
14. ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି ।
15. ଧାର୍ମିକମାନଙ୍କ ତମ୍ଵୁରେ ଆନନ୍ଦ ଓ ପରିତ୍ରାଣର ଧ୍ଵନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ ।
16. ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ ।
17. ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି ।
18. ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି ।
19. ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି ।
20. ଏହି ସଦାପ୍ରଭୁଙ୍କ ଦ୍ଵାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ ।
21. ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି ।
22. ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି ।
23. ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ ।
24. ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା ।
25. ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର ।
26. ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ ।
27. ସଦାପ୍ରଭୁ ପରମେଶ୍ଵର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ଵାରା ବଳିକି ବାନ୍ଧ ।
28. ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି ।
29. ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 118 / 150
ଗୀତସଂହିତା 118:144
1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 2 ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । 3 ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । 4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ । 5 ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ । 6 ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ? 7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି । 8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ । 9 ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ । 10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି । 11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି । 12 ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; 13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ । 14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି । 15 ଧାର୍ମିକମାନଙ୍କ ତମ୍ଵୁରେ ଆନନ୍ଦ ଓ ପରିତ୍ରାଣର ଧ୍ଵନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ । 16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ । 17 ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି । 18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି । 19 ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି । 20 ଏହି ସଦାପ୍ରଭୁଙ୍କ ଦ୍ଵାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ । 21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି । 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି । 23 ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ । 24 ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା । 25 ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର । 26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ । 27 ସଦାପ୍ରଭୁ ପରମେଶ୍ଵର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ଵାରା ବଳିକି ବାନ୍ଧ । 28 ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ଵର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି । 29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 118 / 150
Common Bible Languages
West Indian Languages
×

Alert

×

oriya Letters Keypad References