ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର ।
2. ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ
3. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର ।
4. ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି ।
5. କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବ ଅପେକ୍ଷା ଶ୍ରେଷ୍ଠ ।
6. ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି ।
7. ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି ।
8. ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ ।
9. ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ ।
10. ସେ ଅନେକ ଗୋଷ୍ଠୀଙ୍କି ସଂହାର କଲେ, ପରାକ୍ରା; ରାଜାମାନଙ୍କୁ,
11. ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ ।
12. ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ ।
13. ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ ।
14. ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ ।
15. ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ ।
16. ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
17. ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ଵାସପ୍ରଶ୍ଵାସ ନାହିଁ ।
18. ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ ।
19. ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
20. ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
21. ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 135 / 150
ଗୀତସଂହିତା 135:61
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର । 2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ 3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର । 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି । 5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବ ଅପେକ୍ଷା ଶ୍ରେଷ୍ଠ । 6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି । 7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି । 8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ । 9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ । 10 ସେ ଅନେକ ଗୋଷ୍ଠୀଙ୍କି ସଂହାର କଲେ, ପରାକ୍ରା; ରାଜାମାନଙ୍କୁ, 11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ । 12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ । 13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ । 14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ । 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ । 16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; 17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ଵାସପ୍ରଶ୍ଵାସ ନାହିଁ । 18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ । 19 ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; 20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । 21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 135 / 150
Common Bible Languages
West Indian Languages
×

Alert

×

oriya Letters Keypad References