ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ ।
2. ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ ।
3. ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ ।
4. ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ ।
5. ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ମଲା ।
6. ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ ।
7. ଏଉତ୍ତାରେ ଇସ୍ରାଏଲ-ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ ।
8. ଅନନ୍ତର ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ ।
9. ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ ।
10. ପୁଣି ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍-ମନ୍ଦିରରେ ଟାଙ୍ଗିଦେଲେ ।
11. ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ଵାଦ ପାଆନ୍ତେ,
12. ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଓ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ ।
13. ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ ।
14. ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ ।

Notes

No Verse Added

Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 29
ପ୍ରଥମ ବଂଶାବଳୀ 10:53
1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ । 2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ । 3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ । 4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ । 5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ମଲା । 6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ । 7 ଏଉତ୍ତାରେ ଇସ୍ରାଏଲ-ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ । 8 ଅନନ୍ତର ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ । 9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ । 10 ପୁଣି ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍-ମନ୍ଦିରରେ ଟାଙ୍ଗିଦେଲେ । 11 ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ଵାଦ ପାଆନ୍ତେ, 12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଓ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ । 13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ । 14 ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 29
Common Bible Languages
West Indian Languages
×

Alert

×

oriya Letters Keypad References