1. ଏଥିଉତ୍ତାରେ ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ଵୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ ।
|
2. ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ ।
|
3. ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣକୁ ଏକ ଏକ ରୋଟୀ ଓ ମାଂସର ଏକ ଏକ ଅଂଶ ଓ ଏକ ଏକ ଖଣ୍ତ ଦ୍ରାକ୍ଷାଚକ୍ତି ପରିବେଷଣ କଲେ ।
|
4. ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ ।
|
5. ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ଵିତୀୟ ଜିଖରୀୟ, ଆଉ ଯୀୟୟେଲ ଓ ଶମୀରାମୋତ୍ ଓ ଯିହୀୟେଲ ଓ ମତ୍ତଥୀୟ ଓ ଇଲୀୟାବ ଓ ବନାୟ ଓ ଓବେଦ୍ ଇଦୋମ୍ ଓ ଯୀୟୟେଲ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ ଓ ବୀଣା ଓ ଆସଫ ଉଚ୍ଚଧ୍ଵନିର କରତାଳ;
|
7. ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ ।
|
9. ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟ କର୍ମ ବିଷୟରେ କଥୋପକଥନ କର ।
|
10. ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ ।
|
13. ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର ।
|
21. ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
|
29. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର ।
|
31. ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି ।
|
33. ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି ।
|
35. ଆଉ ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ଵନି କରିବା ।
|
36. ଅନାଦି କାଳରୁ ଅନ; କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ । ଏଥିରେ ସମଗ୍ର ଲୋକ କହିଲେ, ଆମେନ୍ ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ ।
|
37. ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନା-ନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ
|
38. ଆଉ ଓବେଦ୍-ଇଦୋମ୍ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍ର ପୁତ୍ର ଓବେଦ୍-ଇଦୋମ୍, ଆଉ ହୋଷା ଦ୍ଵାରପାଳ ହେଲେ
|
39. ଆଉ ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ ଯାତ୍ରା.୨୯:୩୮-୪୨
|
41. ପୁଣି ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ୍ ଓ ଯିଦୂଥୂନ୍; ପୁଣି ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ ।
|
42. ଆଉ ହେମନ୍ ଓ ଯିଦୂଥୂନ୍ ତୂରୀ ଓ କରତାଳ ଓ ପରମେଶ୍ଵରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ଵନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ଵାରପାଳ ହେଲେ ।
|
43. ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ ।
|