1. ପ୍ରେମର ଅନୁସରଣ କର, ପୁଣି ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହି ପାର, ଏଥିନିମନ୍ତେ ଏକା; ଚେଷ୍ଟା କର ।
|
2. କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ଵରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ଆତ୍ମା ଦ୍ଵାରା ନିଗୂଢ଼ ବିଷୟ କହେ ।
|
5. ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ତଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ ।
|
6. ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?
|
7. ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ଵରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ?
|
9. ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ଵା ଦ୍ଵାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ ।
|
11. ଏଣୁ ମୁଁ ଯଦି ସେହି ଶଦ୍ଦର ଅର୍ଥ ନ ବୁଝେ, ତେବେ ଯେ କହେ, ମୁଁ ତାହା ପ୍ରତି ବର୍ବର ପରି ହେବି, ଆଉ ସେ ମୋʼ ନିକଟରେ ବର୍ବର ପରି ହେବ ।
|
12. ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆତ୍ମିକ ଦାନସବୁ ପାଇବାକୁ ଏକା; ଚେଷ୍ଟା କରୁଥିବାରୁ ମଣ୍ତଳୀର ନିଷ୍ଠା ନିମନ୍ତେ ସେହିସବୁ ପ୍ରଚୁର ପରିମାଣରେ ପାଇବାକୁ ଚେଷ୍ଟା କର ।
|
14. କାରଣ ମୁଁ ଯଦି ପରଭାଷାରେ ପ୍ରାର୍ଥନା କରେ, ତେବେ ମୋହର ଆତ୍ମା ପ୍ରାର୍ଥନା କରେ, କିନ୍ତୁ ମୋହର ବୁଦ୍ଧି ଫଳହୀନ ହୁଏ ।
|
15. ତେବେ କର୍ତ୍ତବ୍ୟ କଅଣ? ମୁଁ ଆତ୍ମା ଦ୍ଵାରା ପ୍ରାର୍ଥନା କରିବି; ପୁଣି ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ଵାରା ସ୍ତୁତିଗାନ କରିବି, ପୁଣି ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି ।
|
16. ନତୁବା ତୁମ୍ଭେ ଯଦି ଆତ୍ମା ଦ୍ଵାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍ କହିବ?
|
19. ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥିନିମନ୍ତେ ମଣ୍ତଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ ।
|
20. ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ ।
|
21. ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ଵାରା ଓ ବିଦେଶୀୟମାନଙ୍କ ମୁଖ ଦ୍ଵାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ ।”
|
22. ଏଣୁ ପରଭାଷାରେ କଥା କହିବା ବିଶ୍ଵାସୀମାନଙ୍କ ନିମନ୍ତେ ଚିହ୍ନ ସ୍ଵରୂପ ନୁହେଁ, ମାତ୍ର ଅବିଶ୍ଵାସୀମାନଙ୍କ ନିମନ୍ତେ ଚିହ୍ନ ସ୍ଵରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ଵାସୀ-ମାନଙ୍କ ନିମନ୍ତେ ଚିହ୍ନ ସ୍ଵରୂପ ନୁହେଁ, ମାତ୍ର ବିଶ୍ଵାସୀମାନଙ୍କ ନିମନ୍ତେ ଚିହ୍ନ ସ୍ଵରୂପ ।
|
23. ଆହୁରି ମଧ୍ୟ ସମସ୍ତ ମଣ୍ତଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି ସାଧାରଣ ବା ଅବିଶ୍ଵାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ?
|
24. କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି ଜଣେ ଅବିଶ୍ଵାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ଵାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ଵାରା ବିଚାରିତ ହୁଏ,
|
25. ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ଵର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ଵୀକାର କରି ତାହାଙ୍କୁ ପ୍ରଣାମ କରିବ ।
|
26. ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।
|
27. ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ ।
|
31. କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହି ପାର ।
|
34. ସାଧୁମାନଙ୍କ ସମସ୍ତ ମଣ୍ତଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ତଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ବ୍ୟବସ୍ଥାର ଉକ୍ତି ଅନୁସାରେ,,ସେମାନେ ବଶୀଭୂତ ହୋଇ ରହନ୍ତୁ ।
|
35. ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ଵାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ତଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ ।
|
37. କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ ।
|