ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ରାଜାବଳୀ
1. ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
2. ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ ।
3. ଏଣୁ ତାଙ୍କର ସାତ ଶହ ରାଜପନିୀ ଓ ତିନି ଶହ ଉପପନିୀ ହେଲେ; ଆଉ ତାଙ୍କର ପନିୀମାନେ ତାଙ୍କର ମନକୁ ବିପଥଗାମୀ କଲେ ।
4. କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପନିୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ଵରଙ୍କ ପ୍ରତି ସିଦ୍ଧ ନୋହିଲା ।
5. ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ଘୃଣାଯୋଗ୍ୟ ମିଲ୍‍କମର ପଶ୍ଚାତ୍ଗାମୀ ହେଲେ ।
6. ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ ।
7. ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ ।
8. ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପନିୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ବଳିଦାନ କଲେ, ସେସମସ୍ତଙ୍କ ପାଇଁ ସେ ସେପରି କଲେ ।
9. ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
10. ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ ।
11. ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, ତୁମ୍ଭ ଦ୍ଵାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା ।
12. ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା ।
13. ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା⇧ ।
14. ଅନନ୍ତର ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲା ।
15. ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
16. ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେଣ;
17. ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା ।
18. ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସର-ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା ।
19. ପୁଣି ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା;
20. ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା ।
21. ଅନନ୍ତର ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ଵଦେଶକୁ ଯିବି ।
22. ତହିଁରେ ଫାରୋ ତାହାକୁ କହିଲା, ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ଵଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ? ଏଥିରେ ସେ ଉତ୍ତର କଲା, କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ ।
23. ଆହୁରି ପରମେଶ୍ଵର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
24. ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ ।
25. ଆଉ ସେ ହଦଦ୍ର କୃତ ଉତ୍ପାତ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା ।
26. ପୁଣି ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା ।
27. ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନର୍ନିର୍ମାଣ କରୁଥିଲେ ।
28. ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ ।
29. ଘଟନାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ ।
30. ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ତ କରି ଚିରିଲା ।
31. ଆଉ ଯାରବୀୟାମଙ୍କୁ କହିଲା, ତୁମ୍ଭେ ଆପଣା ପାଇଁ ଦଶଖଣ୍ତ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା ।
32. ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ ।
33. ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି ।
34. ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
35. ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା ।
36. ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା ।
37. ପୁଣି ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ ।
38. ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ ଓ ଆମ୍ଭ ବିଧି ଓ ଆମ୍ଭ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା ।
39. ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ ।
40. ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ ।
41. ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
42. ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ ।
43. ତହିଁ ଉତ୍ତାରେ ଶଲୋମନ ଆପଣା ପିତୃଲୋକଙ୍କର ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ ।

Notes

No Verse Added

Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 22
ପ୍ରଥମ ରାଜାବଳୀ 11:21
1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ; 2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ । 3 ଏଣୁ ତାଙ୍କର ସାତ ଶହ ରାଜପନିୀ ଓ ତିନି ଶହ ଉପପନିୀ ହେଲେ; ଆଉ ତାଙ୍କର ପନିୀମାନେ ତାଙ୍କର ମନକୁ ବିପଥଗାମୀ କଲେ । 4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପନିୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ଵରଙ୍କ ପ୍ରତି ସିଦ୍ଧ ନୋହିଲା । 5 ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ଘୃଣାଯୋଗ୍ୟ ମିଲ୍‍କମର ପଶ୍ଚାତ୍ଗାମୀ ହେଲେ । 6 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ । 7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ । 8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପନିୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ବଳିଦାନ କଲେ, ସେସମସ୍ତଙ୍କ ପାଇଁ ସେ ସେପରି କଲେ । 9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ 10 ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ । 11 ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, ତୁମ୍ଭ ଦ୍ଵାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା । 12 ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା । 13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା⇧ । 14 ଅନନ୍ତର ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲା । 15 ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା; 16 ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେଣ; 17 ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା । 18 ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସର-ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା । 19 ପୁଣି ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା; 20 ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା । 21 ଅନନ୍ତର ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ଵଦେଶକୁ ଯିବି । 22 ତହିଁରେ ଫାରୋ ତାହାକୁ କହିଲା, ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ଵଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ? ଏଥିରେ ସେ ଉତ୍ତର କଲା, କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ । 23 ଆହୁରି ପରମେଶ୍ଵର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା; 24 ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ । 25 ଆଉ ସେ ହଦଦ୍ର କୃତ ଉତ୍ପାତ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା । 26 ପୁଣି ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା । 27 ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନର୍ନିର୍ମାଣ କରୁଥିଲେ । 28 ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ । 29 ଘଟନାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ । 30 ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ତ କରି ଚିରିଲା । 31 ଆଉ ଯାରବୀୟାମଙ୍କୁ କହିଲା, ତୁମ୍ଭେ ଆପଣା ପାଇଁ ଦଶଖଣ୍ତ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା । 32 ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ । 33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି । 34 ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା; 35 ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା । 36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା । 37 ପୁଣି ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ । 38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ ଓ ଆମ୍ଭ ବିଧି ଓ ଆମ୍ଭ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା । 39 ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ । 40 ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ । 41 ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ? 42 ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ । 43 ତହିଁ ଉତ୍ତାରେ ଶଲୋମନ ଆପଣା ପିତୃଲୋକଙ୍କର ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 22
Common Bible Languages
West Indian Languages
×

Alert

×

oriya Letters Keypad References