ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟତା କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ ।
2. ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା ।
3. ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ର୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ । ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳାଯାଇଥିଲେ ।
4. ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା ।
5. ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; ଶୋଷଣ-ପୁଷ୍ପ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା ।
6. ଆହୁରି ସେ ଦଶ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ଵନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା ।
7. ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ ।
8. ଆହୁରି ସେ ଦଶ ମେଜ ନିର୍ମାଣ କରି ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ରଖିଲେ । ଆଉ, ସେ ଏକ ଶତ ସୁବର୍ଣ୍ଣ କୁଣ୍ତ ନିର୍ମାଣ କଲେ ।
9. ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ଵାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ ।
10. ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ ।
11. ଆଉ ହୂରମ୍ ପାତ୍ର ଓ କରଚୁଲି ଓ କୁଣ୍ତସବୁ ନିର୍ମାଣ କଲା । ଏହିରୂପେ ହୂରମ୍ ପରମେଶ୍ଵରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା ।
12. ଅର୍ଥାତ୍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ତାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
13. ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ କଲା ।
14. ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲା;
15. ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ ।
16. ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ଵଳ ପିତ୍ତଳରେ ହାଣ୍ତି ଓ କରଚୁଲି ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା ।
17. ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ୍ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ ।
18. ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ ।
19. ପୁଣି ଶଲୋମନ ପରମେଶ୍ଵରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ଵର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୋଟୀ ରଖିବାର ମେଜ;
20. ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ଵଳାଇବା ନିମନ୍ତେ ନିର୍ମଳ ସ୍ଵର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ ଯାତ୍ରା. ୨୭:୨୦,୨୧
21. ଓ ସ୍ଵର୍ଣ୍ଣମୟ ପୁଷ୍ପ ଓ ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
22. ଆଉ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ଵାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ଵାରସବୁ ସୁବର୍ଣ୍ଣର ଥିଲା ।

Notes

No Verse Added

Total 36 Chapters, Current Chapter 4 of Total Chapters 36
ଦିତୀୟ ବଂଶାବଳୀ 4
1. ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟତା କୋଡ଼ିଏ ହାତ ତହିଁର ପ୍ରସ୍ଥ କୋଡ଼ିଏ ହାତ ତହିଁର ଉଚ୍ଚତା ଦଶ ହାତ
2. ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା
3. ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ର୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳାଯାଇଥିଲେ
4. ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ତିନିର ମୁଖ ପଶ୍ଚିମକୁ ତିନିର ମୁଖ ଦକ୍ଷିଣକୁ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା
5. ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; ଶୋଷଣ-ପୁଷ୍ପ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା
6. ଆହୁରି ସେ ଦଶ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ଵନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା
7. ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ
8. ଆହୁରି ସେ ଦଶ ମେଜ ନିର୍ମାଣ କରି ପାଞ୍ଚୋଟି ଦକ୍ଷିଣ ଭାଗରେ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ରଖିଲେ ଆଉ, ସେ ଏକ ଶତ ସୁବର୍ଣ୍ଣ କୁଣ୍ତ ନିର୍ମାଣ କଲେ
9. ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ବୃହତ ପ୍ରାଙ୍ଗଣ ପ୍ରାଙ୍ଗଣ-ଦ୍ଵାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ
10. ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ
11. ଆଉ ହୂରମ୍ ପାତ୍ର କରଚୁଲି କୁଣ୍ତସବୁ ନିର୍ମାଣ କଲା ଏହିରୂପେ ହୂରମ୍ ପରମେଶ୍ଵରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା
12. ଅର୍ଥାତ୍, ଦୁଇ ସ୍ତମ୍ଭ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଦୁଇ ମୁଣ୍ତାଳି ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
13. ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ଵ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ତାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ଵ କଲା
14. ଆହୁରି ସେ ବୈଠିକିମାନ ନିର୍ମାଣ କଲା ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲା;
15. ଏକ ସମୁଦ୍ରରୂପ ପାତ୍ର ତହିଁ ତଳସ୍ଥ ବାର ଗୋରୁ
16. ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ଵଳ ପିତ୍ତଳରେ ହାଣ୍ତି କରଚୁଲି ତ୍ରିଶୂଳ ତହିଁର ସକଳ ପାତ୍ର ନିର୍ମାଣ କଲା
17. ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ୍ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ
18. ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ
19. ପୁଣି ଶଲୋମନ ପରମେଶ୍ଵରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ଵର୍ଣ୍ଣମୟ ଯଜ୍ଞବେଦି ଦର୍ଶନୀୟ ରୋଟୀ ରଖିବାର ମେଜ;
20. ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ଵଳାଇବା ନିମନ୍ତେ ନିର୍ମଳ ସ୍ଵର୍ଣ୍ଣମୟ ଦୀପବୃକ୍ଷ ତହିଁର ପ୍ରଦୀପସକଳ ଯାତ୍ରା. ୨୭:୨୦,୨୧
21. ସ୍ଵର୍ଣ୍ଣମୟ ପୁଷ୍ପ ପ୍ରଦୀପ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
22. ଆଉ କତୁରୀ କୁଣ୍ତ ଚମସ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ଵାର ଗୃହର, ଅର୍ଥାତ୍, ମନ୍ଦିରର ଦ୍ଵାରସବୁ ସୁବର୍ଣ୍ଣର ଥିଲା
Total 36 Chapters, Current Chapter 4 of Total Chapters 36
×

Alert

×

oriya Letters Keypad References