ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଅନନ୍ତର ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ⇧ ।
2. ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ; ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶପ୍ରଧାନ ପ୍ରତ୍ୟେକ ଅଧିପତିଙ୍କି ଆଜ୍ଞା ଦେଲେ ।
3. ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ପ୍ରାନ୍ତରରେ ନିର୍ମିତ ପରମେଶ୍ଵରଙ୍କ ସମାଗମ-ତମ୍ଵୁ ସେଠାରେ ଥିଲା ।
4. ମାତ୍ର ଦାଉଦ କିରୀୟତ୍-ଯୀୟାରୀମଠାରୁ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ଵୁ ସ୍ଥାପନ କରିଥିଲେ ।
5. ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ଵେଷଣ କଲେ ।
6. ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ଵୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକି ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ ।
7. ସେହି ରାତ୍ରି ପରମେଶ୍ଵର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ ।
8. ତହିଁରେ ଶଲୋମନ ପରମେଶ୍ଵରଙ୍କୁ କହିଲେ, ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ ।
9. ଏବେ, ହେ ସଦାପ୍ରଭୋ ପରମେଶ୍ଵର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ ।
10. ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ?
11. ତହିଁରେ ପରମେଶ୍ଵର ଶଲୋମନଙ୍କୁ କହିଲେ, ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀ-ମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
12. ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ ।
13. ତହୁଁ ଶଲୋମନ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ଵୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ ।
14. ଏଉତ୍ତାରେ ଶଲୋମନ ରଥ ଓ ଅଶ୍ଵାରୋହୀ-ମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରିଶହ ରଥ ଓ ବାର ହଜାର ଅଶ୍ଵାରୋହୀ ଥିଲେ; ସେମାନଙ୍କୁ ସେ ରଥନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ ।
15. ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସକାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ ।
16. ଆଉ ଶଲୋମନଙ୍କର ଅଶ୍ଵସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ ।
17. ଆଉ ମିସରରୁ କ୍ରୀତ ଓ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ରୌପ୍ୟ ମୁଦ୍ରା ଓ ଏକ ଏକ ଅଶ୍ଵର ମୂଲ୍ୟ ଏକ ଶହ ପଚାଶ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ଵାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଯିବାର ରୀତି ଥିଲା ।

Notes

No Verse Added

Total 36 Chapters, Current Chapter 1 of Total Chapters 36
ଦିତୀୟ ବଂଶାବଳୀ 1:3
1. ଅନନ୍ତର ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ଵର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ⇧
2. ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଶତପତିମାନଙ୍କୁ; ବିଚାରକର୍ତ୍ତୃଗଣକୁ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶପ୍ରଧାନ ପ୍ରତ୍ୟେକ ଅଧିପତିଙ୍କି ଆଜ୍ଞା ଦେଲେ
3. ତହୁଁ ଶଲୋମନ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ପ୍ରାନ୍ତରରେ ନିର୍ମିତ ପରମେଶ୍ଵରଙ୍କ ସମାଗମ-ତମ୍ଵୁ ସେଠାରେ ଥିଲା
4. ମାତ୍ର ଦାଉଦ କିରୀୟତ୍-ଯୀୟାରୀମଠାରୁ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ଵୁ ସ୍ଥାପନ କରିଥିଲେ
5. ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ସମାଜ ତହିଁ ନିକଟରେ ଅନ୍ଵେଷଣ କଲେ
6. ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ଵୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକି ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ
7. ସେହି ରାତ୍ରି ପରମେଶ୍ଵର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ
8. ତହିଁରେ ଶଲୋମନ ପରମେଶ୍ଵରଙ୍କୁ କହିଲେ, ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ତାଙ୍କର ପଦରେ ମୋତେ ରାଜା କରିଅଛ
9. ଏବେ, ହେ ସଦାପ୍ରଭୋ ପରମେଶ୍ଵର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ
10. ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ?
11. ତହିଁରେ ପରମେଶ୍ଵର ଶଲୋମନଙ୍କୁ କହିଲେ, ତୁମ୍ଭେ ଧନ, ସମ୍ପତ୍ତି, କି ସମ୍ଭ୍ରମ, କିଅବା ତୁମ୍ଭ ଘୃଣାକାରୀ-ମାନଙ୍କ ପ୍ରାଣ, ଅଥବା ଦୀର୍ଘାୟୁ ହିଁ ମାଗି ନାହଁ; ମାତ୍ର ଆମ୍ଭେ ଆପଣାର ଯେଉଁ ଲୋକମାନଙ୍କ ଉପରେ ତୁମ୍ଭକୁ ରାଜା କରିଅଛୁ, ସେମାନଙ୍କ ବିଚାର କରିବା ନିମନ୍ତେ ଆପଣା ପାଇଁ ଜ୍ଞାନ ବୁଦ୍ଧି ମାଗିଅଛ;
12. ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ସମ୍ପତ୍ତି ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ
13. ତହୁଁ ଶଲୋମନ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ସମାଗମ-ତମ୍ଵୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ
14. ଏଉତ୍ତାରେ ଶଲୋମନ ରଥ ଅଶ୍ଵାରୋହୀ-ମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରିଶହ ରଥ ବାର ହଜାର ଅଶ୍ଵାରୋହୀ ଥିଲେ; ସେମାନଙ୍କୁ ସେ ରଥନଗରମାନରେ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ
15. ପୁଣି ରାଜା ଯିରୂଶାଲମରେ ରୂପା ସୁନାକୁ ପଥର ପରି ବାହୁଲ୍ୟ ହେତୁରୁ ଏରସକାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ
16. ଆଉ ଶଲୋମନଙ୍କର ଅଶ୍ଵସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ
17. ଆଉ ମିସରରୁ କ୍ରୀତ ଆନୀତ ଏକ ଏକ ରଥର ମୂଲ୍ୟ ଛଅ ଶହ ରୌପ୍ୟ ମୁଦ୍ରା ଏକ ଏକ ଅଶ୍ଵର ମୂଲ୍ୟ ଏକ ଶହ ପଚାଶ ମୁଦ୍ରା ଥିଲା; ଏହିରୂପେ ସେମାନଙ୍କ ଦ୍ଵାରା ହିତ୍ତୀୟ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଯିବାର ରୀତି ଥିଲା
Total 36 Chapters, Current Chapter 1 of Total Chapters 36
×

Alert

×

oriya Letters Keypad References