ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ବଂଶାବଳୀ
1. ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କର ଅଧିକାରର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ ।
2. ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ତାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ,
3. ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ ।
4. ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ତାର ନଗର ପରାସ୍ତ କଲେ ।
5. ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷା; ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା ।
6. ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ଵାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ ।
7. ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ ।
8. କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ଵାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
9. କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ । ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ ।
10. ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ଵିତ ହୋଇଥିଲେ । ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଦୌରାତ୍ମ୍ୟ କଲେ ।
11. ଦେଖ, ଏହି ଆସାଙ୍କର ଆଦ୍ୟ; କ୍ରିୟାର ବୃତ୍ତା; ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ଅଛି ।
12. ଆସା ଆପଣା ଅଧିକାରର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ଵେଷଣ କଲେ ।
13. ଆଉ ଆସା ଆପଣା ଅଧିକାରର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ ଶୟନ କଲେ ।
14. ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧିଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 36
1 ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କର ଅଧିକାରର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ । 2 ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ତାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ, 3 ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ । 4 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ତାର ନଗର ପରାସ୍ତ କଲେ । 5 ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷା; ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା । 6 ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ଵାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ । 7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ । 8 କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ଵାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ । 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ । ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ । 10 ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ଵିତ ହୋଇଥିଲେ । ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଦୌରାତ୍ମ୍ୟ କଲେ । 11 ଦେଖ, ଏହି ଆସାଙ୍କର ଆଦ୍ୟ; କ୍ରିୟାର ବୃତ୍ତା; ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ଅଛି । 12 ଆସା ଆପଣା ଅଧିକାରର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ଵେଷଣ କଲେ । 13 ଆଉ ଆସା ଆପଣା ଅଧିକାରର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ ଶୟନ କଲେ । 14 ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧିଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 36
×

Alert

×

Oriya Letters Keypad References