ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ।
2. ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
3. କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତ ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ ।
4. ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ ।
5. ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ ।
6. ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ ।
7. ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ଵରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ଵର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
8. ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ଵାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ ।
9. ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ ।
10. ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ ।
11. ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍‍କୁ ନେଇଗଲେ ।
12. ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ଵରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ ।
13. ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ । ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ଵର ଅଟନ୍ତି ।
14. ଏଥି ଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟଦ୍ଵାରର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ ।
15. ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇ ଦେଲେ ।
16. ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ ।
17. ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ କଲେ ।
18. ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ଆପଣା ପରମେଶ୍ଵରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି ।
19. ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ଵର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେ ଯେ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି ।
20. ଏଉତ୍ତାରେ ମନଃଶି ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ ।
21. ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ।
22. ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୁଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ ।
23. ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ ।
24. ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ ।
25. ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ । ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 36
ଦିତୀୟ ବଂଶାବଳୀ 33:36
1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ । 2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ । 3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତ ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ । 4 ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ । 5 ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ । 6 ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ । 7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ଵରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ଵର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା; 8 ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ଵାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ । 9 ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ । 10 ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ । 11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍‍କୁ ନେଇଗଲେ । 12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ଵରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ । 13 ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ । ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ଵର ଅଟନ୍ତି । 14 ଏଥି ଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟଦ୍ଵାରର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ । 15 ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇ ଦେଲେ । 16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ । 17 ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ କଲେ । 18 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ଆପଣା ପରମେଶ୍ଵରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି । 19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ଵର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେ ଯେ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି । 20 ଏଉତ୍ତାରେ ମନଃଶି ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ । 21 ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ । 22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୁଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ । 23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ । 24 ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ । 25 ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ । ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 36
Common Bible Languages
West Indian Languages
×

Alert

×

oriya Letters Keypad References