ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ରାଜାବଳୀ
1. ଅନନ୍ତର ସିଦିକୀୟଙ୍କର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ୍ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ ।
2. ତହୁଁ ସିଦିକୀୟ ରାଜାଙ୍କର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା ।
3. ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ ।
4. ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ରାତ୍ରିଯୋଗେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀଣଦ୍ଵାର-ପଥ ଦେଇ ପଳାଇଲେ; ସେ-ସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ; ପୁଣି ରାଜା ଆରବା ପଥଦେଇ ଚାଲିଗଲେ ।
5. ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ତାଙ୍କୁ ଧରିଲେ; ତହିଁରେ ତାଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ ।
6. ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ୍-ରାଜା କତିକି ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ତାଜ୍ଞା କଲେ ।
7. ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଇରେ ବଦ୍ଧ କରି ବାବିଲ୍‍କୁ ନେଇଗଲେ ।
8. ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ୍-ରାଜା ନବୂଖଦ୍ନିତ୍ସରର ଅଧିକାରର ଊଣାଇଶ ବର୍ଷରେ ବାବିଲ୍-ରାଜାର ଦାସ ନବୂସର୍ଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା;
9. ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲାବ ।
10. ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ ।
11. ଆଉ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ୍-ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା ।
12. ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ି ଗଲା ।
13. ଆହୁରି କଲଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ତ ଖଣ୍ତ କରି ଭାଙ୍ଗି ତହିଁର ପିତ୍ତଳ ବାବିଲ୍‍କୁ ନେଇଗଲେ ।
14. ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ ।
15. ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ତସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା ।
16. ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା ।
17. ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ତାଳି ଥିଲା; ଆଉ ମୁଣ୍ତାଳିର ଉଚ୍ଚ ତିନି ହାତ; ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ଵାକୃତି ଥିଲା; ମଧ୍ୟ ଦ୍ଵିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା ।
18. ପୁଣି ପ୍ରହରୀବର୍ଗର ସେନାପତି ପ୍ରଧାନଯାଜକ ସରାୟଙ୍କୁ ଓ ଦ୍ଵିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ଵାରପାଳଙ୍କୁ ଧରିଲା;
19. ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ-ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକି ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା ।
20. ପୁଣି ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ୍-ରାଜା କତିକି ନେଇଗଲା ।
21. ତହିଁରେ ବାବିଲ୍-ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା । ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା ।
22. ଆଉ ବାବିଲ୍-ରାଜା; ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟକୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା ।
23. ଏଉତ୍ତାରେ ବାବିଲ୍-ରାଜା ଗଦଲୀୟକୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ୍ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାତୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଆସିଲେ ।
24. ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, କଲଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ନ ହୁଅ; ଦେଶରେ ବାସ କରି ବାବିଲ୍-ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ ।
25. ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ୍ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟକୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ ।
26. ଏଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ ।
27. ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ୍-ରାଜା ଇବିଲ୍-ମରୋଦକ୍ ରାଜ୍ୟାରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା;
28. ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲ୍ରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା ।
29. ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ ।
30. ପୁଣି, ତାଙ୍କର ଦିନପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତି ଦିନ ଏକ ନିରୂପିତ ଅଂଶ ପାଇଲେ ।

Notes

No Verse Added

Total 25 Chapters, Current Chapter 25 of Total Chapters 25
ଦିତୀୟ ରାଜାବଳୀ 25:1
1. ଅନନ୍ତର ସିଦିକୀୟଙ୍କର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ୍ ରାଜା ନବୂଖଦ୍ନିତ୍ସର ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ
2. ତହୁଁ ସିଦିକୀୟ ରାଜାଙ୍କର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା
3. ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ
4. ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ରାତ୍ରିଯୋଗେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀଣଦ୍ଵାର-ପଥ ଦେଇ ପଳାଇଲେ; ସେ-ସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ; ପୁଣି ରାଜା ଆରବା ପଥଦେଇ ଚାଲିଗଲେ
5. ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ତାଙ୍କୁ ଧରିଲେ; ତହିଁରେ ତାଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ
6. ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ୍-ରାଜା କତିକି ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ତାଜ୍ଞା କଲେ
7. ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଇରେ ବଦ୍ଧ କରି ବାବିଲ୍‍କୁ ନେଇଗଲେ
8. ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ୍-ରାଜା ନବୂଖଦ୍ନିତ୍ସରର ଅଧିକାରର ଊଣାଇଶ ବର୍ଷରେ ବାବିଲ୍-ରାଜାର ଦାସ ନବୂସର୍ଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା;
9. ପୁଣି ସେ ସଦାପ୍ରଭୁଙ୍କ ଗୃହ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲାବ
10. ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ
11. ଆଉ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ବାବିଲ୍-ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା
12. ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ କୃଷକ ହେବା ପାଇଁ ଛାଡ଼ି ଗଲା
13. ଆହୁରି କଲଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ତ ଖଣ୍ତ କରି ଭାଙ୍ଗି ତହିଁର ପିତ୍ତଳ ବାବିଲ୍‍କୁ ନେଇଗଲେ
14. ଆହୁରି ସେମାନେ ପାତ୍ର କରଚୁଲି କତୁରୀ ଚମସ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ
15. ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ କୁଣ୍ତସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା
16. ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା
17. ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ତହିଁ ଉପରେ ପିତ୍ତଳର ମୁଣ୍ତାଳି ଥିଲା; ଆଉ ମୁଣ୍ତାଳିର ଉଚ୍ଚ ତିନି ହାତ; ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଡାଳିମ୍ଵାକୃତି ଥିଲା; ମଧ୍ୟ ଦ୍ଵିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା
18. ପୁଣି ପ୍ରହରୀବର୍ଗର ସେନାପତି ପ୍ରଧାନଯାଜକ ସରାୟଙ୍କୁ ଦ୍ଵିତୀୟ ଯାଜକ ସଫନୀୟଙ୍କୁ ତିନି ଜଣ ଦ୍ଵାରପାଳଙ୍କୁ ଧରିଲା;
19. ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ନଗରରେ ପ୍ରାପ୍ତ ରାଜମୁଖ-ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଦେଶର ଲୋକଗଣନାକାରୀ ଲେଖକ ସେନାପତିକି ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା
20. ପୁଣି ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ୍-ରାଜା କତିକି ନେଇଗଲା
21. ତହିଁରେ ବାବିଲ୍-ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା
22. ଆଉ ବାବିଲ୍-ରାଜା; ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟକୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା
23. ଏଉତ୍ତାରେ ବାବିଲ୍-ରାଜା ଗଦଲୀୟକୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ୍ କାରେହର ପୁତ୍ର ଯୋହାନନ୍ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ମାଖାତୀୟର ପୁତ୍ର ଯାସନୀୟ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଆସିଲେ
24. ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, କଲଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ; ଦେଶରେ ବାସ କରି ବାବିଲ୍-ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ
25. ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ୍ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟକୁ, ପୁଣି ଯେଉଁ ଯିହୁଦୀୟମାନେ କଲଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ
26. ଏଉତ୍ତାରେ ସାନ ବଡ଼ ସମସ୍ତ ଲୋକ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ
27. ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ମାସର ସତାଇଶ ଦିନରେ ବାବିଲ୍-ରାଜା ଇବିଲ୍-ମରୋଦକ୍ ରାଜ୍ୟାରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା;
28. ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ତାଙ୍କ ସଙ୍ଗେ ବାବିଲ୍ରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା
29. ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ
30. ପୁଣି, ତାଙ୍କର ଦିନପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତି ଦିନ ଏକ ନିରୂପିତ ଅଂଶ ପାଇଲେ
Total 25 Chapters, Current Chapter 25 of Total Chapters 25
×

Alert

×

oriya Letters Keypad References