1. କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ତ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ତ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶ-ଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ଵୀକାର କରିବେ, ପୁଣି ଆପଣା-ମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।
2. ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ ।
3. ସେମାନେ ଧନଲୋଭରେ ଛଳବାକ୍ୟ ଦ୍ଵାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ତ ଅନେକ କାଳରୁ ଘଟିଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ଵ ହେବ ନାହିଁ ।
4. କାରଣ ଈଶ୍ଵର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନରକରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ଵରରେ ରଖିଅଛନ୍ତି
5. ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଳଳପ୍ଳାବନ ଘଟାଇଲେ;
6. ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ଵଂସ ପାଇବା ନିମନ୍ତେ ଦଣ୍ତାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ଵରୂପ କଲେ,
7. ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
8. ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ ।
9. ଏହିପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ଵ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ତର ଅଧୀନରେ ରଖିବାକୁ ଜାଣନ୍ତି ।
10. ସେମାନେ ଦୁଃସାହସୀ ଓ ସ୍ଵେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
11. ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ ।
12. କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ଵଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
13. ପୁଣି, ଅନ୍ୟାୟ ବେତନ ସ୍ଵରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି ।
14. ସେମାନଙ୍କର ଚକ୍ଷୁ ବ୍ୟଭିଚାରରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷା; ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
15. ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
16. କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ଵରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା ।
17. ସେମାନେ ନିର୍ଜ୍ଜଳ ନିର୍ଝର ଓ ପ୍ରଚଣ୍ତ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି ।
18. କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ଵାରା ପ୍ରଲୋଭିତ କରନ୍ତି;
19. ସେମାନେ ସେମାନଙ୍କୁ ସ୍ଵାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ଵାରା ପରାସ୍ତ ହୁଏ, ସେ ସେଥିର ଦାସ ।
20. ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ଵାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ, ।
21. କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା ।
22. କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି ।