ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ
1. ଦିନେ ପ୍ରାର୍ଥନାର ନିର୍ଦ୍ଦିଷ୍ଟ ସମୟରେ, ଅର୍ଥାତ୍, ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
2. ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା; ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ଵାରରେ ରଖିଦେଉଥିଲେ ।
3. ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଉଦ୍ୟତ ଦେଖି ଭିକ୍ଷା ମାଗିବାକୁ ଲାଗିଲା ।
4. ପିତର ଓ ଯୋହନ ତାʼ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି ପିତର କହିଲେ, ଆମ୍ଭମାନଙ୍କ ଆଡ଼କୁ ଚାହଁ ।
5. ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା ।
6. କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ ।
7. ପୁଣି, ସେ ତାʼର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ତତ୍କ୍ଷଣାତ୍ ତାʼର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8. ଆଉ ସେ କୁଦାମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି ଈଶ୍ଵରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା ।
9. ସେଥିରେ ଲୋକସମସ୍ତେ ତାହାକୁ ଚାଲିବା ଓ ଈଶ୍ଵରଙ୍କ ପ୍ରଶଂସା କରିବା ଦେଖିଲେ,
10. ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ଵାର ନିକଟରେ ବସି ଭିକ୍ଷା କରୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଵିତ ହୋଇଗଲେ ।
11. ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ତପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ ।
12. ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ଵା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
13. ଅବ୍ରହାମ, ଯିସ୍‍ହାକ ଓ ଯାକୁବଙ୍କ ଈଶ୍ଵର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ଵିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ଵୀକାର କଲେ ।
14. ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କି ଅସ୍ଵୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ପ୍ରାର୍ଥନା କଲେ⇧,
15. କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ, ତାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
16. ପୁଣି, ତାହାଙ୍କ ନାମରେ ବିଶ୍ଵାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ଵାରା ଦତ୍ତ ବିଶ୍ଵାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ଵାସ୍ଥ୍ୟ ଦାନ କରିଅଛି ।
17. ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ ।
18. କିନ୍ତୁ ଈଶ୍ଵର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ଵାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହିପ୍ରକାରେ ସଫଳ କରିଅଛନ୍ତି ।
19. ଅତଏବ, ଯେପରି ଆପଣମାନଙ୍କର ପାପ-ମୋଚନ ହୋଇପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରିଆସନ୍ତୁ,
20. ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ଵନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ, ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।
21. ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନ କାଳରୁ ଈଶ୍ଵର ଆପଣା ପବିତ୍ର ଭାବବାଦୀ-ମାନଙ୍କ ମୁଖ ଦ୍ଵାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ଵର୍ଗରେ ଗୃହୀତ ହେବାକୁ ହେବ ।
22. ମୋଶା ତ କହିଥିଲେ, ପ୍ରଭୁ ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।
23. କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
24. ହଁ, ଶାମୁୟେଲ ଓ ତାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହିକାଳର ବିଷୟ ପ୍ରଚାର କରିଅଛନ୍ତି ।
25. ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି ତୁମ୍ଭର ବଂଶ ଦ୍ଵାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ଵର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି ।
26. ଈଶ୍ଵର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣା ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି ।

Notes

No Verse Added

Total 28 Chapters, Current Chapter 3 of Total Chapters 28
ରେରିତମାନଙ୍କ କାର୍ଯ୍ୟର ବିବରଣ 3:45
1. ଦିନେ ପ୍ରାର୍ଥନାର ନିର୍ଦ୍ଦିଷ୍ଟ ସମୟରେ, ଅର୍ଥାତ୍, ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଯୋହନ ମନ୍ଦିରକୁ ଯାଉଥିଲେ।
2. ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା; ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ଵାରରେ ରଖିଦେଉଥିଲେ
3. ସେ ପିତର ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଉଦ୍ୟତ ଦେଖି ଭିକ୍ଷା ମାଗିବାକୁ ଲାଗିଲା
4. ପିତର ଯୋହନ ତାʼ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି ପିତର କହିଲେ, ଆମ୍ଭମାନଙ୍କ ଆଡ଼କୁ ଚାହଁ
5. ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା
6. କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ
7. ପୁଣି, ସେ ତାʼର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ତତ୍କ୍ଷଣାତ୍ ତାʼର ପାଦ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8. ଆଉ ସେ କୁଦାମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ କୁଦା ମାରୁ ମାରୁ, ପୁଣି ଈଶ୍ଵରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା
9. ସେଥିରେ ଲୋକସମସ୍ତେ ତାହାକୁ ଚାଲିବା ଈଶ୍ଵରଙ୍କ ପ୍ରଶଂସା କରିବା ଦେଖିଲେ,
10. ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ଵାର ନିକଟରେ ବସି ଭିକ୍ଷା କରୁଥିଲା, ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଆଚମ୍ଵିତ ହୋଇଗଲେ
11. ସେ ପିତର ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ତପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ
12. ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ଵା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
13. ଅବ୍ରହାମ, ଯିସ୍‍ହାକ ଯାକୁବଙ୍କ ଈଶ୍ଵର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ଵିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ଵୀକାର କଲେ
14. ଆପଣମାନେ ସେହି ପବିତ୍ର ଧାର୍ମିକ ବ୍ୟକ୍ତିଙ୍କି ଅସ୍ଵୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ପ୍ରାର୍ଥନା କଲେ⇧,
15. କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ, ତାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
16. ପୁଣି, ତାହାଙ୍କ ନାମରେ ବିଶ୍ଵାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ଵାରା ଦତ୍ତ ବିଶ୍ଵାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ଵାସ୍ଥ୍ୟ ଦାନ କରିଅଛି
17. ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ
18. କିନ୍ତୁ ଈଶ୍ଵର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ଵାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହିପ୍ରକାରେ ସଫଳ କରିଅଛନ୍ତି
19. ଅତଏବ, ଯେପରି ଆପଣମାନଙ୍କର ପାପ-ମୋଚନ ହୋଇପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରିଆସନ୍ତୁ,
20. ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ଵନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ, ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ
21. ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନ କାଳରୁ ଈଶ୍ଵର ଆପଣା ପବିତ୍ର ଭାବବାଦୀ-ମାନଙ୍କ ମୁଖ ଦ୍ଵାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ଵର୍ଗରେ ଗୃହୀତ ହେବାକୁ ହେବ
22. ମୋଶା କହିଥିଲେ, ପ୍ରଭୁ ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ
23. କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ
24. ହଁ, ଶାମୁୟେଲ ତାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହିକାଳର ବିଷୟ ପ୍ରଚାର କରିଅଛନ୍ତି
25. ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି ତୁମ୍ଭର ବଂଶ ଦ୍ଵାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ଵର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି
26. ଈଶ୍ଵର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣା ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି
Total 28 Chapters, Current Chapter 3 of Total Chapters 28
×

Alert

×

oriya Letters Keypad References