1. ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁ-ମାନଙ୍କ ନିକଟକୁ ଇସ୍ରାଏଲ-ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!
2. ତୁମ୍ଭେମାନେ କଲନୀକି ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?
3. ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
4. ସେମାନେ ହସ୍ତୀଦ; ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଗାତ୍ର ଲମ୍ଵାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
5. ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦର ନ୍ୟାୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
6. ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫର କ୍ଳେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ ।
7. ଏଥିପାଇଁ ସେମାନେ ଏବେ ପ୍ରଥମ ନିର୍ବାସିତ ଲୋକମାନଙ୍କ ସହିତ ନିର୍ବାସିତ ହେବେ ଓ ଗାତ୍ର ଲମ୍ଵକାରୀ-ମାନଙ୍କର ହର୍ଷନାଦ ଲୁପ୍ତ ହେବ ।
8. ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଏହି କଥା କହନ୍ତି; ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା ।
9. ତହିଁରେ ଏକ ଗୃହରେ ଯେବେ ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ ।
10. ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, ଏବେ ହେଁ ତୁମ୍ଭର କି ଆଉ କିଏ ଅଛି? ତେବେ ସେ କହିବ, ନାହିଁ; ସେତେବେଳେ ସେ କହିବ, ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ ।
11. କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।
12. ଅଶ୍ଵଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ନାଗ-ଦଅଣାରେ ପରିଣତ କରିଅଛନ୍ତ
13. ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ ଆପଣା ବଳରେ କି ଶୃଙ୍ଗ ଲାଭ କରି ନାହୁଁ?
14. ଏହେତୁ ଦେଖ, ହେ ଇସ୍ରାଏଲ-ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକି ଉଠାଇବା; ତହିଁରେ ସେମାନେ ହମାତ୍ର ପ୍ରବେଶ-ସ୍ଥାନଠାରୁ ଆରାବା ସ୍ରୋତ-ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଳେଶ ଦେବେ ।