ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦାନିଏଲ
1. ଯିହୁଦାର ରାଜା ଯିହୋୟାକୀମର ରାଜତ୍ଵର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା ।
2. ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ଵରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶସ୍ଥ ଆପଣା ଦେବ ମନ୍ଦିରକୁ ସେସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ତାର ଗୃହରେ ରଖିଲା ।
3. ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ ଯିଶା. ୩୯:୭
4. ନିଖୁନ୍ତ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା ।
5. ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା ।
6. ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମିଶାୟେଲ ଓ ଅସରୀୟ ଥିଲେ ।
7. ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲାଣ: ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମିଶାୟେଲଙ୍କୁ ମୈଶକ ଓ ଅସରୀୟକୁ ଅବେଦ୍-ନଗୋ ନାମ ଦେଲା ।
8. ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିକି ନିବେଦନ କଲେ ।
9. ସେତେବେଳେ ପରମେଶ୍ଵର ସେହି ନପୁଂସକାଧି-ପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ ।
10. ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ ।
11. ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
12. ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ ।
13. ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ ।
14. ତହିଁରେ ସେ ଏ ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା ।
15. ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ ।
16. ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା ।
17. ଆଉ, ପରମେଶ୍ଵର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ ବୁଦ୍ଧି ଓ ନିପୁଣତା ଦେଲେ; ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ଵପ୍ନ ବିଷୟରେ ବୁଦ୍ଧିମାନ ହେଲେ ।
18. ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲା, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା ।
19. ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲା; ଆଉ, ସେସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ ।
20. ଆଉ, ଜ୍ଞାନ ଓ ବୁଦ୍ଧି ସମ୍ଵନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲା, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା ।
21. ପୁଣି, ଦାନିୟେଲ କୋରସ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ରହିଲେ ।

Notes

No Verse Added

Total 12 Chapters, Current Chapter 1 of Total Chapters 12
1 2 3 4 5 6 7 8 9 10 11 12
ଦାନିଏଲ 1:14
1. ଯିହୁଦାର ରାଜା ଯିହୋୟାକୀମର ରାଜତ୍ଵର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା
2. ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ପରମେଶ୍ଵରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶସ୍ଥ ଆପଣା ଦେବ ମନ୍ଦିରକୁ ସେସବୁ ନେଇଗଲା ପାତ୍ରସକଳ ସେ ଆପଣା ଦେବତାର ଭଣ୍ତାର ଗୃହରେ ରଖିଲା
3. ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ କୁଳୀନ ବଂଶରୁ ଯିଶା. ୩୯:୭
4. ନିଖୁନ୍ତ, ସୁନ୍ଦର ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ କଲ୍ଦୀୟ ବିଦ୍ୟା ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା
5. ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା
6. ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମିଶାୟେଲ ଅସରୀୟ ଥିଲେ
7. ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲାଣ: ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମିଶାୟେଲଙ୍କୁ ମୈଶକ ଅସରୀୟକୁ ଅବେଦ୍-ନଗୋ ନାମ ଦେଲା
8. ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି କରନ୍ତି, ଏଥିପାଇଁ ସେ ନପୁଂସକାଧିପତିକି ନିବେଦନ କଲେ
9. ସେତେବେଳେ ପରମେଶ୍ଵର ସେହି ନପୁଂସକାଧି-ପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଦୟାର ପାତ୍ର କଲେ
10. ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ
11. ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
12. ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ପାନ ନିମନ୍ତେ ଜଳ ଦିଆଯାଉ
13. ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ
14. ତହିଁରେ ସେ ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା
15. ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ
16. ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା
17. ଆଉ, ପରମେଶ୍ଵର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଜ୍ଞାନରେ ବୁଦ୍ଧି ନିପୁଣତା ଦେଲେ; ପୁଣି, ଦାନିୟେଲ ଯାବତୀୟ ଦର୍ଶନ ସ୍ଵପ୍ନ ବିଷୟରେ ବୁଦ୍ଧିମାନ ହେଲେ
18. ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲା, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା
19. ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲା; ଆଉ, ସେସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ
20. ଆଉ, ଜ୍ଞାନ ବୁଦ୍ଧି ସମ୍ଵନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲା, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା
21. ପୁଣି, ଦାନିୟେଲ କୋରସ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ରହିଲେ
Total 12 Chapters, Current Chapter 1 of Total Chapters 12
1 2 3 4 5 6 7 8 9 10 11 12
×

Alert

×

oriya Letters Keypad References