ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
1. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯେବେ କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,
2. ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁଷ୍ପାର୍ଶ୍ଵସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ ।
3. ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ଵାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ ।
4. ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକି ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକି ଆଣି ସେଠାରେ ତାହାର ବେକ ଭାଙ୍ଗିବେ ।
5. ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ ।
6. ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ ।
7. ଆଉ ସେମାନେ ଉତ୍ତର ଦେଇ କହିବେ, ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ ।
8. ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ । ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
9. ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ ।
10. ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;
11. ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,
12. ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ତନ କରି ନଖ କାଟିବ;
13. ଆଉ ସେ ଆପଣା ବନ୍ଦୀତ୍ଵାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ ଓ ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ । ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ଵାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ ।
14. ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ ।
15. ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;
16. ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ଵର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ ।
17. ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ଵୀକାର କରି ଆପଣା ସର୍ବସ୍ଵରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ; ଜ୍ୟେଷ୍ଠାଧିକାର ତାହାରି ଅଟେ ।
18. ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;
19. ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗରଦ୍ଵାରକୁ ନେଇଯିବେ;
20. ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ଲୋଚ୍ଚା ଓ ମଦୁଆ ।
21. ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ ।
22. ଆଉ କୌଣସି ମନୁଷ୍ୟ ମୃତ୍ୟୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ତ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ;
23. ତେବେ ତାହାର ଶବ ରାତ୍ରିଯାକ ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହିଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ଵରଙ୍କ ଅଭିଶାପପାତ୍ର। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ ⇧।

Notes

No Verse Added

Total 34 Chapters, Current Chapter 21 of Total Chapters 34
ଦିତୀୟ ବିବରଣ 21
1. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯେବେ କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ଯାଏ,
2. ତେବେ ତୁମ୍ଭର ପ୍ରାଚୀନବର୍ଗ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁଷ୍ପାର୍ଶ୍ଵସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ
3. ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ଵାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ
4. ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକି ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକି ଆଣି ସେଠାରେ ତାହାର ବେକ ଭାଙ୍ଗିବେ
5. ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବାର୍ଥେ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଆଘାତର ବିଚାର ହେବ
6. ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ
7. ଆଉ ସେମାନେ ଉତ୍ତର ଦେଇ କହିବେ, ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ
8. ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
9. ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ
10. ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;
11. ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର,
12. ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ତନ କରି ନଖ କାଟିବ;
13. ଆଉ ସେ ଆପଣା ବନ୍ଦୀତ୍ଵାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ ଆପଣା ପିତା ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ତାହାର ସ୍ଵାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ
14. ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ
15. ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଜଣେ ଅପ୍ରିୟା, ପୁଣି ପ୍ରିୟା ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;
16. ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ଵର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ
17. ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ଵୀକାର କରି ଆପଣା ସର୍ବସ୍ଵରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ; ଜ୍ୟେଷ୍ଠାଧିକାର ତାହାରି ଅଟେ
18. ଯେବେ କାହାରି ପୁତ୍ର ଅବାଧ୍ୟ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ଶୁଣେ;
19. ତେବେ ତାହାର ପିତା ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗରଦ୍ଵାରକୁ ନେଇଯିବେ;
20. ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ଲୋଚ୍ଚା ମଦୁଆ
21. ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଭୟ କରିବେ
22. ଆଉ କୌଣସି ମନୁଷ୍ୟ ମୃତ୍ୟୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ତ ହୁଏ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ;
23. ତେବେ ତାହାର ଶବ ରାତ୍ରିଯାକ ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହିଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ଵରଙ୍କ ଅଭିଶାପପାତ୍ର। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ ⇧।
Total 34 Chapters, Current Chapter 21 of Total Chapters 34
×

Alert

×

oriya Letters Keypad References