ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ବିବରଣ
1. ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ ।
2. ପୁଣି ଯେବେ ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ଵା ତୁମ୍ଭେ ଯେବେ ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ଵେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରୁ ତୁମ୍ଭେ ତାହାକୁ ତାହା ଫେରାଇ ଦେବ ।
3. ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେ କୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ ।
4. ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ ।
5. ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେ କେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣାଯୋଗ୍ୟ ଅଟେ ।
6. ଯେବେ ପଥପାର୍ଶ୍ଵସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ଵ ଥାଏ, ଆଉ ସେହି ଛୁଆ କି ଡିମ୍ଵ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକି ଧରିବ ନାହିଁ ।
7. ତୁମ୍ଭେ କୌଣସିମତେ ପକ୍ଷିଣୀକି ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ ।
8. ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଛେଦାବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ ।
9. ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ତଣ୍ତ ରୂପେ ନିଆଯିବ ।
10. ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ ।
11. ତୁମ୍ଭେ ଲୋମ ଓ ମସିନା କୌଣସି ମିଶ୍ରିତ ସୂତ୍ରନିର୍ମିତ ବସ୍ତ୍ର ପିନ୍ଧିବ ନାହିଁ ।
12. ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ ।
13. କୌଣସି ପୁରୁଷ କୌଣସି ସ୍ତ୍ରୀକି ବିବାହ କରି ତାହାର ସହବାସ କଲା ଉତ୍ତାରେ ଯେବେ ତାହାକୁ ଘୃଣା କରେ
14. ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, ଆମ୍ଭେ ଏହି ସ୍ତ୍ରୀକି ବିବାହ କଲୁ, ମାତ୍ର ସହବାସ କାଳରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;
15. ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର ଦ୍ଵାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ ।
16. ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;
17. ମାତ୍ର ସେ ତାହାକୁ ଘୃଣା କରେ; ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ; ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି; ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ ।
18. ଏଉତ୍ତାରୁ ନଗରର ପ୍ରାଚୀନମାନେ ସେହି ପୁରୁଷକୁ ଧରି ଶାସ୍ତି ଦେବେ ।
19. ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ତ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ ।
20. ମାତ୍ର କଥା ଯେବେ ସତ୍ୟ ହୁଏ ଯେ, କନ୍ୟାର କୌମାର୍ଯ୍ୟ ଚିହ୍ନ ଦେଖା ନ ଯାଏ;
21. ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ଵାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
22. ଯେବେ କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ କାଳରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ । ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ ।
23. ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;
24. ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ଵାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ହିଁ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
25. ମାତ୍ର ଯେବେ କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ;
26. ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ତଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏକଥା ସେହିପରି ।
27. ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା; ସେହି ବାଗ୍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥଲା ।
28. ଯେବେ କୌଣସି ପୁରୁଷ ଅବାଗ୍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରା ପଡ଼ନ୍ତି,
29. ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ ।
30. କୌଣସି ପୁରୁଷ ଆପଣା ପିତୃଭାର୍ଯ୍ୟାକୁ ଗ୍ରହଣ କରିବ ନାହିଁ ଓ ଆପଣା ପିତାର ଅଞ୍ଚଳ ଅନାବୃତ କରିବ ନାହିଁ ।

ରେକର୍ଡଗୁଡିକ

Total 34 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 34
1 ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ । 2 ପୁଣି ଯେବେ ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ଵା ତୁମ୍ଭେ ଯେବେ ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ଵେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରୁ ତୁମ୍ଭେ ତାହାକୁ ତାହା ଫେରାଇ ଦେବ । 3 ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେ କୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ । 4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ । 5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେ କେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣାଯୋଗ୍ୟ ଅଟେ । 6 ଯେବେ ପଥପାର୍ଶ୍ଵସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ଵ ଥାଏ, ଆଉ ସେହି ଛୁଆ କି ଡିମ୍ଵ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକି ଧରିବ ନାହିଁ । 7 ତୁମ୍ଭେ କୌଣସିମତେ ପକ୍ଷିଣୀକି ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ । 8 ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଛେଦାବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ । 9 ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ତଣ୍ତ ରୂପେ ନିଆଯିବ । 10 ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ । 11 ତୁମ୍ଭେ ଲୋମ ଓ ମସିନା କୌଣସି ମିଶ୍ରିତ ସୂତ୍ରନିର୍ମିତ ବସ୍ତ୍ର ପିନ୍ଧିବ ନାହିଁ । 12 ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ । 13 କୌଣସି ପୁରୁଷ କୌଣସି ସ୍ତ୍ରୀକି ବିବାହ କରି ତାହାର ସହବାସ କଲା ଉତ୍ତାରେ ଯେବେ ତାହାକୁ ଘୃଣା କରେ 14 ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, ଆମ୍ଭେ ଏହି ସ୍ତ୍ରୀକି ବିବାହ କଲୁ, ମାତ୍ର ସହବାସ କାଳରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ; 15 ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର ଦ୍ଵାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ । 16 ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ; 17 ମାତ୍ର ସେ ତାହାକୁ ଘୃଣା କରେ; ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ; ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି; ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ । 18 ଏଉତ୍ତାରୁ ନଗରର ପ୍ରାଚୀନମାନେ ସେହି ପୁରୁଷକୁ ଧରି ଶାସ୍ତି ଦେବେ । 19 ପୁଣି ସେମାନେ ତାହାକୁ ଶହେ ଶେକଲ ରୂପା ଦଣ୍ତ କରି କନ୍ୟାର ପିତାକୁ ଦେବେ, କାରଣ ସେ ଇସ୍ରାଏଲୀୟା ଏକ କନ୍ୟା ଉପରେ ଦୁର୍ନାମ ଆଣିଅଛି; ତହିଁରେ ସେ ତାହାର ଭାର୍ଯ୍ୟା ହେବ, ସେ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ । 20 ମାତ୍ର କଥା ଯେବେ ସତ୍ୟ ହୁଏ ଯେ, କନ୍ୟାର କୌମାର୍ଯ୍ୟ ଚିହ୍ନ ଦେଖା ନ ଯାଏ; 21 ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ଵାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ । 22 ଯେବେ କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ କାଳରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ । ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ । 23 ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ; 24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ଵାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ହିଁ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ । 25 ମାତ୍ର ଯେବେ କୌଣସି ପୁରୁଷ ବାଗ୍ଦତ୍ତା କନ୍ୟାକୁ କ୍ଷେତ୍ରରେ ପାଇ ବଳାତ୍କାରରେ ତାହା ସହିତ ଶୟନ କରେ, ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କେବଳ ହତ ହେବ; 26 ମାତ୍ର ସେହି କନ୍ୟା ପ୍ରତି ତୁମ୍ଭେ କିଛି କରିବ ନାହିଁ; ସେହି କନ୍ୟାଠାରେ ପ୍ରାଣଦଣ୍ତଯୋଗ୍ୟ ପାପ ନାହିଁ; କାରଣ କୌଣସି ମନୁଷ୍ୟ ଯେପରି ଆପଣା ପ୍ରତିବାସୀର ପ୍ରତିକୂଳରେ ଉଠି ତାହାକୁ ବଧ କରେ, ଏକଥା ସେହିପରି । 27 ଯେହେତୁ ସେ ପୁରୁଷ କ୍ଷେତ୍ରରେ ତାହାକୁ ପାଇଲା; ସେହି ବାଗ୍ଦତ୍ତା କନ୍ୟା ଡାକ ପକାଇଲା, ତଥାପି ତାହାକୁ ରକ୍ଷା କରିବାକୁ କେହି ନ ଥଲା । 28 ଯେବେ କୌଣସି ପୁରୁଷ ଅବାଗ୍ଦତ୍ତା କୁମାରୀ କନ୍ୟାକୁ ପାଇ ତାହାକୁ ଧରି ତାହା ସଙ୍ଗେ ଶୟନ କରେ ଓ ସେମାନେ ଧରା ପଡ଼ନ୍ତି, 29 ତେବେ ତାହା ସହିତ ଶୟନକାରୀ ସେହି ପୁରୁଷ କନ୍ୟାର ପିତାକୁ ପଚାଶ ଶେକଲ ରୂପା ଦେବ ଓ ସେ ତାହାକୁ ଭ୍ରଷ୍ଟ କରିବାରୁ ସେ ତାହାର ଭାର୍ଯ୍ୟା ହେବ; ସେହି ପୁରୁଷ ତାହାକୁ ଯାବଜ୍ଜୀବନ ତ୍ୟାଗ କରି ପାରିବ ନାହିଁ । 30 କୌଣସି ପୁରୁଷ ଆପଣା ପିତୃଭାର୍ଯ୍ୟାକୁ ଗ୍ରହଣ କରିବ ନାହିଁ ଓ ଆପଣା ପିତାର ଅଞ୍ଚଳ ଅନାବୃତ କରିବ ନାହିଁ ।
Total 34 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 34
×

Alert

×

Oriya Letters Keypad References