ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଉପଦେଶକ
1. ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ ।
2. ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ ।
3. ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ଵାରା ହୃଦୟ ପ୍ରସନ୍ନ ହୁଏ ।
4. ଜ୍ଞାନୀମାନଙ୍କ ହୃଦୟ ବିଳାପ-ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ-ଗୃହରେ ଥାଏ ।
5. ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀ-ମାନଙ୍କର ଭର୍ତ୍ସନା ଶୁଣିବାର ଭଲ ।
6. କାରଣ ହାଣ୍ତି ତଳେ କଣ୍ଟାର ଚଡ଼ଚଡ଼ ଶଦ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର ।
7. ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ ।
8. କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ ।
9. କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ ।
10. ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ ।
11. ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ ।
12. କାରଣ ଧନ ଯେପରି ଆଶ୍ରୟ ସ୍ଵରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ଵରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ ।
13. ପରମେଶ୍ଵରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ?
14. ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ଵର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି ।
15. ମୁଁ ଆପଣା ଅସାରତା ସମୟରେ ଏସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ ।
16. ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ?
17. ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?
18. ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ଵରଙ୍କୁ ଭୟ କରେ, ସେ ଏସବୁରୁ ଉତ୍ତୀର୍ଣ୍ଣ ହେବ ।
19. ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ଵରୂପ ଅଟେ ।
20. ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ ।
21. ମଧ୍ୟ ଯେତେ କଥା କୁହାଯାଏ, ସେସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଶାପ ଦେବାର ତୁମ୍ଭେ ଶୁଣିବ;
22. କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ଵାର ଶାପ ଦେଇଅଛ ।
23. ମୁଁ ଜ୍ଞାନ ଦ୍ଵାରା ଏହିସବୁ ପରୀକ୍ଷା କରିଅଛି; ମୁଁ କହିଲି, ମୁଁ ଜ୍ଞାନୀ ହେବି; ମାତ୍ର ତାହା ମୋʼଠାରୁ ଦୂର ଥିଲା ।
24. ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?
25. ଜ୍ଞାନ ଓ ବିଷୟମାନର ତତ୍ତ୍ଵ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ବାତୁଳତା, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲାନ୍ତ
26. ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ଵରୂପ ଓ ହସ୍ତ ବନ୍ଧନ ସ୍ଵରୂପ, ସେ ମୃତ୍ୟୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ଵରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ଵାରା ଧରାଯିବ ।
27. ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ଵ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
28. ମୋହର ପ୍ରାଣ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ ।
29. ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ଵର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି ।

Notes

No Verse Added

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 12
1 2 3 4 5 6 7 8 9 10 11 12
ଉପଦେଶକ 7:15
1 ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ । 2 ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ । 3 ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ଵାରା ହୃଦୟ ପ୍ରସନ୍ନ ହୁଏ । 4 ଜ୍ଞାନୀମାନଙ୍କ ହୃଦୟ ବିଳାପ-ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ-ଗୃହରେ ଥାଏ । 5 ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀ-ମାନଙ୍କର ଭର୍ତ୍ସନା ଶୁଣିବାର ଭଲ । 6 କାରଣ ହାଣ୍ତି ତଳେ କଣ୍ଟାର ଚଡ଼ଚଡ଼ ଶଦ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର । 7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ । 8 କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ । 9 କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ । 10 ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ । 11 ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ । 12 କାରଣ ଧନ ଯେପରି ଆଶ୍ରୟ ସ୍ଵରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ଵରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ । 13 ପରମେଶ୍ଵରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ? 14 ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ଵର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି । 15 ମୁଁ ଆପଣା ଅସାରତା ସମୟରେ ଏସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ । 16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ? 17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ? 18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ଵରଙ୍କୁ ଭୟ କରେ, ସେ ଏସବୁରୁ ଉତ୍ତୀର୍ଣ୍ଣ ହେବ । 19 ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ଵରୂପ ଅଟେ । 20 ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ । 21 ମଧ୍ୟ ଯେତେ କଥା କୁହାଯାଏ, ସେସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଶାପ ଦେବାର ତୁମ୍ଭେ ଶୁଣିବ; 22 କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ଵାର ଶାପ ଦେଇଅଛ । 23 ମୁଁ ଜ୍ଞାନ ଦ୍ଵାରା ଏହିସବୁ ପରୀକ୍ଷା କରିଅଛି; ମୁଁ କହିଲି, ମୁଁ ଜ୍ଞାନୀ ହେବି; ମାତ୍ର ତାହା ମୋʼଠାରୁ ଦୂର ଥିଲା । 24 ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ? 25 ଜ୍ଞାନ ଓ ବିଷୟମାନର ତତ୍ତ୍ଵ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ବାତୁଳତା, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲାନ୍ତ 26 ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ଵରୂପ ଓ ହସ୍ତ ବନ୍ଧନ ସ୍ଵରୂପ, ସେ ମୃତ୍ୟୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ଵରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ଵାରା ଧରାଯିବ । 27 ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ଵ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି; 28 ମୋହର ପ୍ରାଣ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ । 29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ଵର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 12
1 2 3 4 5 6 7 8 9 10 11 12
Common Bible Languages
West Indian Languages
×

Alert

×

oriya Letters Keypad References