ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଉପଦେଶକ
1. ଜ୍ଞାନବାନର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ ।
2. ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ଵରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର ।
3. ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟରେ ଆଣ୍ଟ ବାନ୍ଧ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି ।
4. ଯେହେତୁ ରାଜବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?
5. ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;
6. କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛିନ୍ତ ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
7. କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
8. ଶ୍ଵାସବାୟୁ ଅଟକାଇ ରଖିବା ପାଇଁ ଶ୍ଵାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ ।
9. ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ ।
10. ଆହୁରି, ଦୁଷ୍ଟମାନେ କବରପ୍ରାପ୍ତ ହୋଇ ପରଲୋକରେ ଉପସ୍ଥିତ ହେଲେ; ପୁଣି, ଯଥାର୍ଥ କର୍ମକାରୀ-ମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି ।
11. କୁକର୍ମ ବିରୁଦ୍ଧରେ ଦଣ୍ତାଜ୍ଞା ତ୍ଵରିତ ସିଦ୍ଧ ନୋହିବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ ।
12. ଯଦ୍ୟପି ପାପୀ ଶତବାର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ଵରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
13. ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ଵରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ଵରଙ୍କ ଛାମୁରେ ଭୀତ ନୁହେଁ ।
14. ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକ-ମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର ।
15. ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ଵରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେ ଯେ ପରିଶ୍ରମ କରେ, ସେସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ ।
16. ଯେତେବେଳେ ମୁଁ ଜ୍ଞାନର ତତ୍ତ୍ଵ ଜାଣିବାକୁ ଓ ପୃଥିବୀରେ କୃତକାର୍ଯ୍ୟ ଦେଖିବାକୁ ମନୋଯୋଗ କଲି; (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ନ ଦେଖେ,ଏପରି ଲୋକ ମଧ୍ୟ ଅଛି);
17. ସେତେବେଳେ ମୁଁ ପରମେଶ୍ଵରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ଵ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ଵ ପାଇବାକୁ ସମର୍ଥ ହେବ ନାହିଁ ।

Notes

No Verse Added

Total 12 Chapters, Current Chapter 8 of Total Chapters 12
1 2 3 4 5 6 7 8 9 10 11 12
ଉପଦେଶକ 8:24
1. ଜ୍ଞାନବାନର ତୁଲ୍ୟ କିଏ ଅଛି? କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ
2. ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ପରମେଶ୍ଵରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର
3. ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟରେ ଆଣ୍ଟ ବାନ୍ଧ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି
4. ଯେହେତୁ ରାଜବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?
5. ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ବିଚାର ଜାଣେ;
6. କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ବିଚାର ଅଛିନ୍ତ ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
7. କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
8. ଶ୍ଵାସବାୟୁ ଅଟକାଇ ରଖିବା ପାଇଁ ଶ୍ଵାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ
9. ଏହିସବୁ ମୁଁ ଦେଖିଅଛି ସୂର୍ଯ୍ୟ ତଳେ ଯେ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ
10. ଆହୁରି, ଦୁଷ୍ଟମାନେ କବରପ୍ରାପ୍ତ ହୋଇ ପରଲୋକରେ ଉପସ୍ଥିତ ହେଲେ; ପୁଣି, ଯଥାର୍ଥ କର୍ମକାରୀ-ମାନେ ପବିତ୍ର ସ୍ଥାନକୁ ଗଲେ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି
11. କୁକର୍ମ ବିରୁଦ୍ଧରେ ଦଣ୍ତାଜ୍ଞା ତ୍ଵରିତ ସିଦ୍ଧ ନୋହିବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ
12. ଯଦ୍ୟପି ପାପୀ ଶତବାର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ଵରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
13. ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ଵରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ଵରଙ୍କ ଛାମୁରେ ଭୀତ ନୁହେଁ
14. ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକ-ମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର
15. ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନପାନ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ଵରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେ ଯେ ପରିଶ୍ରମ କରେ, ସେସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ
16. ଯେତେବେଳେ ମୁଁ ଜ୍ଞାନର ତତ୍ତ୍ଵ ଜାଣିବାକୁ ପୃଥିବୀରେ କୃତକାର୍ଯ୍ୟ ଦେଖିବାକୁ ମନୋଯୋଗ କଲି; (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ,ଏପରି ଲୋକ ମଧ୍ୟ ଅଛି);
17. ସେତେବେଳେ ମୁଁ ପରମେଶ୍ଵରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ଵ ପାଇ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ଵ ପାଇବାକୁ ସମର୍ଥ ହେବ ନାହିଁ
Total 12 Chapters, Current Chapter 8 of Total Chapters 12
1 2 3 4 5 6 7 8 9 10 11 12
×

Alert

×

oriya Letters Keypad References