1. ଅନନ୍ତର ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ ।
|
2. ପୁଣି ସେ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ ।
|
3. ଅର୍ଥାତ୍, ସେମାନେ ସ୍ଵର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପ କର୍ମ ଦ୍ଵାରା ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ ।
|
5. ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ନିର୍ମିତ ହେଲା ।
|
6. ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ଵର୍ଣ୍ଣା-ଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।
|
7. ପୁଣି ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ ।
|
8. ଅନନ୍ତର ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।
|
9. ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ତ ଦୀର୍ଘ ଓ ଏକ ଚାଖଣ୍ତ ପ୍ରସ୍ଥ କଲେ ।
|
13. ପୁଣି ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକା; ମଣି ଥିଲା; ଏହିସବୁ ମଣି ସ୍ଵର୍ଣ୍ଣାଧାରରେ ବସାଗଲା ।
|
14. ପୁଣି ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ଵାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ଵାଦଶ ବଂଶର ଏକ ଏକ ନାମ ରହିଲା ।
|
18. ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ ।
|
19. ପୁଣି, ସେମାନେ ଦୁଇ ସ୍ଵର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ ।
|
20. ସେମାନେ ଆଉ ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ ।
|
21. ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା ।
|
22. ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ ।
|
23. ସେହି ଚୋଗା ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ-ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ତି ନ ଯାଏ, ଏଥିପାଇଁ ସେହି ଗଳାର ଚାରି ପାଖରେ ବୁଣା କର୍ମ ଥିଲା ।
|
24. ପୁଣି ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ଵ ନିର୍ମାଣ କଲେ ।
|
25. ଆଉ ସେମାନେ ଡାଳିମ୍ଵ ମଧ୍ୟରେ ନିର୍ମଳ ସ୍ଵର୍ଣ୍ଣ ଦ୍ଵାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ଵର ମଧ୍ୟେ ମଧ୍ୟେ ରଖିଲେ;
|
26. ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ଵ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ଵ, ଏହିରୂପେ କଲେ ।
|
27. ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ତନ୍ତୁବାୟ ନିର୍ମିତ ଜାମା
|
28. ଓ ଶୁଭ୍ର କ୍ଷୌମସୂତ୍ରନିର୍ମିତ ପାଗ ଓ ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ ।
|
29. ଆଉ ବଳା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।
|
30. ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ ।
|
32. ଏହି ପ୍ରକାରେ ସମାଗମ-ତମ୍ଵୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ ।
|
33. ଅନନ୍ତର ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍, ତମ୍ଵୁ ଓ ତହିଁର ସକଳ ପାତ୍ର, ଘୁଣ୍ତି, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;
|
40. ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର, ତହିଁର ରଜ୍ଜ୍ଵୁ ଓ ମେଖ ଓ ସମାଗମ-ତମ୍ଵୁ ନିମନ୍ତେ ଆବାସର କାର୍ଯ୍ୟସମ୍ଵନ୍ଧୀୟ ସକଳ ପାତ୍ର;
|
41. ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ଵନ୍ଧୀୟ ବସ୍ତ୍ର,
|
42. ଇତ୍ୟାଦି ଯେ ଯେ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।
|
43. ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
|