2. ପିତୃପୁରୁଷମାନେ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦ; ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?
|
3. ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ ।
|
4. ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ ।
|
6. ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ-ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
|
7. ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
|
8. ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,
|
9. ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ ।
|
11. ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
|
12. ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ଵାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
|
13. ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ ।
|
15. ଯେ ପର୍ବତଗଣ ଉପରେ ଭୋଜନ କରି ନାର୍ହି କିଅବା ଇସ୍ରାଏଲ-ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
|
16. କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ଵାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
|
17. ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ ।
|
18. ମାତ୍ର ତାହାର ପିତା ନିର୍ଦ୍ଦୟ ଭାବରେ ଉପଦ୍ରବ କଲା, ଦୌରାତ୍ମ୍ୟ ଦ୍ଵାରା ଆପଣା ଭ୍ରାତାର ଦ୍ରବ୍ୟ ଅପହରଣ କଲା ଓ ଆପଣା ଲୋକମାନଙ୍କ ମଧ୍ୟରେ ଅନୁଚିତ କାର୍ଯ୍ୟ କଲା, ଏଥିପାଇଁ ଦେଖ, ସେ ଆପଣା ଅଧର୍ମରେ ମରିବ ।
|
19. ତଥାପି ତୁମ୍ଭେମାନେ କହୁଅଛ, କିହେତୁ ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ? ପୁତ୍ର ଯେବେ ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ ।
|
20. ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ ।
|
21. ମାତ୍ର ଦୁଷ୍ଟ ଯେବେ ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ ।
|
22. ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ଵାରା ବଞ୍ଚିବ।
|
23. ପ୍ରଭୁ ସଦାପ୍ରଭୁକହନ୍ତି, ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?
|
24. ମାତ୍ର ଧାର୍ମିକ ଲୋକ ଯେବେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ ଲଙ୍ଘନ କରିଅଛି, ସେହି ସତ୍ୟ ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ ।
|
25. ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ । ହେ ଇସ୍ରାଏଲ-ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
|
26. ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ ।
|
27. ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ ।
|
29. ତଥାପି ଇସ୍ରାଏଲ-ବଂଶ କହନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ? ହେ ଇସ୍ରାଏଲ-ବଂଶ, ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
|
30. ଏଥିପାଇଁ ହେ ଇସ୍ରାଏଲ-ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ ।
|
31. ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣା-ମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ କିହେତୁ ମରିବ?
|
32. ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ ।
|