ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
1. ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ ।
2. ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।
3. ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ ।
4. ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।
5. କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ବିଶ୍ଵାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ ।
6. ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର ।
7. ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?
8. ତୁମ୍ଭମାନଙ୍କ ଆହ୍ଵାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ ।
9. ଟିକିଏ ବୋଲି ଖମୀର ପିଣ୍ତୁଳାଯାକ ଖମୀରମୟ କରିଦିଏ ।
10. ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ ।
11. କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ ।
12. ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା ।
13. କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ ।
14. କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।”
15. କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ ।
16. ମୋହର ଭାବ ଏହି, ଆତ୍ମାଙ୍କ ଦ୍ଵାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।
17. କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ ।
18. କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ଵାରା ପରିଚାଳିତ ହୁଅ, ତେବେ ବ୍ୟବସ୍ଥାର ଅଧୀନ ନୁହଁ ।
19. ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା: ବ୍ୟଭିଚାର, ଅଶୁଚିତା,
20. କାମୁକତା, ପ୍ରତିମାପୂଜା, କୁହୁକ, ଶତ୍ରୁତା, ବିବାଦ, ଦ୍ଵେଷ, କ୍ରୋଧ, ସ୍ଵାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,
21. ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
22. କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
23. ଭଦ୍ରତା, ବିଶ୍ଵସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ବ୍ୟବସ୍ଥା ନାହିଁ ।
24. ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।
25. ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ ।
26. ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।

Notes

No Verse Added

Total 6 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 6
1 2 3 4 5 6
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:10
1 ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ । 2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ । 3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ । 4 ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ । 5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ବିଶ୍ଵାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ । 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର । 7 ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ? 8 ତୁମ୍ଭମାନଙ୍କ ଆହ୍ଵାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ । 9 ଟିକିଏ ବୋଲି ଖମୀର ପିଣ୍ତୁଳାଯାକ ଖମୀରମୟ କରିଦିଏ । 10 ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ । 11 କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ । 12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା । 13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ । 14 କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।” 15 କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ । 16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ଵାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ । 17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ । 18 କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ଵାରା ପରିଚାଳିତ ହୁଅ, ତେବେ ବ୍ୟବସ୍ଥାର ଅଧୀନ ନୁହଁ । 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା: ବ୍ୟଭିଚାର, ଅଶୁଚିତା, 20 କାମୁକତା, ପ୍ରତିମାପୂଜା, କୁହୁକ, ଶତ୍ରୁତା, ବିବାଦ, ଦ୍ଵେଷ, କ୍ରୋଧ, ସ୍ଵାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, 21 ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23 ଭଦ୍ରତା, ବିଶ୍ଵସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ବ୍ୟବସ୍ଥା ନାହିଁ । 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି । 25 ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ । 26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।
Total 6 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 6
1 2 3 4 5 6
Common Bible Languages
West Indian Languages
×

Alert

×

oriya Letters Keypad References