1. ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ଵାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାରସ୍ଵରୂପ ।
|
2. ତହିଁରେ ଅବ୍ରାମ ଉତ୍ତର କଲେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କଅଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି ଦମ୍ମେସକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ ।
|
3. ପୁଣି ଅବ୍ରାମ କହିଲେ, ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ ।
|
4. ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ ।
|
5. ଅନନ୍ତର ସେ ତାଙ୍କୁ ବାହାରକୁ ଆଣି କହିଲେ, ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯେବେ ତାରାସମୂହ ଗଣିପାର, ତେବେ ଗଣି କୁହ । ସେ ଆହୁରି କହିଲେ, ଏହି ପ୍ରକାର ତୁମ୍ଭର ବଂଶ ହେବ। ।
|
7. ଅନନ୍ତର ସେ ତାଙ୍କୁ କହିଲେ, ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ ।
|
9. ସେ କହିଲେ, ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ ।
|
10. ତହିଁରେ ସେ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ତ କରି ଖଣ୍ତକ ଆଗରେ ଅନ୍ୟ ଖଣ୍ତ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ତ କଲେ ନାହିଁ ।
|
13. ସେତେବେଳେ ସେ ଅବ୍ରାମଙ୍କୁ କହିଲେ, ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
|
14. ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ ।
|
16. ପୁଣି ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇନାହିଁ ।
|
17. ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜଳିତ ଦିହୁଡ଼ି ସେହି ଦୁଇ ଖଣ୍ତ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା ।
|
18. ପୁଣି ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
|