ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ଵରରେ କହିଲେ, ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର । ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ ।
2. ସେ ଉଚ୍ଚୈଃସ୍ଵରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ ।
3. ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ମୁଁ ଯୋଷେଫ; ମୋʼ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଉଦ୍ବିଗ୍ନ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ ।
4. ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ବିନୟ କରୁଅଛି, ମୋʼ ପାଖକୁ ଆସ; ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
5. ମାତ୍ର ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ଵର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ ।
6. ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକୀ ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟଚ୍ଛେଦନ ହେବ ନାହିଁ ।
7. ଏଣୁକରି ପରମେଶ୍ଵର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି ।
8. ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇ ଅଛ, ତାହା ନୁହେଁ, ପରମେଶ୍ଵର ପଠାଇ ଅଛନ୍ତି; ପୁଣି ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି ।
9. ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ଵର ମୋତେ ସମସ୍ତ ମିସର ଦେଶର ପ୍ରଭୁ କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ଵ କର ନାହିଁ ।
10. ତୁମ୍ଭେ ପୁତ୍ର ଓ ପୌତ୍ର ଓ ଗୋମେଷାଦି ସର୍ବସ୍ଵ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ ।
11. ସେ ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ରଦଶା ଘଟିବ ।
12. ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମିନର ଚକ୍ଷୁ ଦେଖୁଅଛି ।
13. ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ଵର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ ।
14. ଅନନ୍ତର ସେ ଆପଣା ସହୋଦର ବିନ୍ୟାମିନର ଗଳା ଧରି ରୋଦନ କଲେ, ପୁଣି ବିନ୍ୟାମିନ ତାଙ୍କର ଗଳା ଧରି ରୋଦନ କଲା ।
15. ପୁଣି ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ଵନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ । ଏଉତ୍ତାରୁ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ ।
16. ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ ।
17. ପୁଣି ଫାରୋ ଯୋଷେଫଙ୍କୁ କହିଲେ, ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
18. ପୁଣି ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ ।
19. ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶକଟ ନେଇଯାଅ, ପୁଣି ଆପଣାମାନଙ୍କ ପିତାଙ୍କୁ ନେଇ ଆସ ।
20. ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ ।
21. ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶକଟ ଓ ପାଥେୟ ଦ୍ରବ୍ୟ ଦେଲେ ।
22. ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମିନକୁ ତିନିଶହ ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ ।
23. ପୁଣି ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ ।
24. ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେମାନଙ୍କୁ କହିଲେ, ସାବଧାନ, ବାଟରେ କଳି କରିବ ନାହିଁ ।
25. ଅନନ୍ତର ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ ।
26. ପୁଣି ସେମାନେ ତାଙ୍କୁ କହିଲେ, ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି । ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ଵାସ କଲେ ନାହିଁ ।
27. ପୁଣି ଯୋଷେଫ ଯେତେ କଥା ସେମାନଙ୍କୁକହିଥିଲେ, ସେ ସବୁ କଥା ସେମାନେ ତାଙ୍କୁ କହିଲେ । ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶକଟ ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା ।
28. ତହିଁରେ ଇସ୍ରାଏଲ କହିଲେ, ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜିଯାଏ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି ।

Notes

No Verse Added

Total 50 Chapters, Current Chapter 45 of Total Chapters 50
ଆଦି ପୁସ୍ତକ 45:31
1. ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ପାରି ଉଚ୍ଚୈଃସ୍ଵରରେ କହିଲେ, ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର ତହୁଁ କେହି ତାଙ୍କ ନିକଟରେ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ
2. ସେ ଉଚ୍ଚୈଃସ୍ଵରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ
3. ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ମୁଁ ଯୋଷେଫ; ମୋʼ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଉଦ୍ବିଗ୍ନ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ
4. ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ବିନୟ କରୁଅଛି, ମୋʼ ପାଖକୁ ଆସ; ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
5. ମାତ୍ର ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ଵର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ
6. ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକୀ ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟଚ୍ଛେଦନ ହେବ ନାହିଁ
7. ଏଣୁକରି ପରମେଶ୍ଵର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି
8. ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ସ୍ଥାନକୁ ପଠାଇ ଅଛ, ତାହା ନୁହେଁ, ପରମେଶ୍ଵର ପଠାଇ ଅଛନ୍ତି; ପୁଣି ସେ ମୋତେ ଫାରୋଙ୍କର ପିତା ତାଙ୍କ ଗୃହର ପ୍ରଭୁ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି
9. ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ଵର ମୋତେ ସମସ୍ତ ମିସର ଦେଶର ପ୍ରଭୁ କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ଵ କର ନାହିଁ
10. ତୁମ୍ଭେ ପୁତ୍ର ପୌତ୍ର ଗୋମେଷାଦି ସର୍ବସ୍ଵ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ
11. ସେ ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ରଦଶା ଘଟିବ
12. ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ମୋʼ ସହୋଦର ବିନ୍ୟାମିନର ଚକ୍ଷୁ ଦେଖୁଅଛି
13. ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ଵର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ
14. ଅନନ୍ତର ସେ ଆପଣା ସହୋଦର ବିନ୍ୟାମିନର ଗଳା ଧରି ରୋଦନ କଲେ, ପୁଣି ବିନ୍ୟାମିନ ତାଙ୍କର ଗଳା ଧରି ରୋଦନ କଲା
15. ପୁଣି ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ଵନ କଲେ ସେମାନଙ୍କୁ ଧରି ରୋଦନ କଲେ ଏଉତ୍ତାରୁ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ
16. ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ
17. ପୁଣି ଫାରୋ ଯୋଷେଫଙ୍କୁ କହିଲେ, ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
18. ପୁଣି ପିତାଙ୍କୁ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ
19. ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶକଟ ନେଇଯାଅ, ପୁଣି ଆପଣାମାନଙ୍କ ପିତାଙ୍କୁ ନେଇ ଆସ
20. ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ
21. ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶକଟ ପାଥେୟ ଦ୍ରବ୍ୟ ଦେଲେ
22. ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମିନକୁ ତିନିଶହ ରୌପ୍ୟମୁଦ୍ରା ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ
23. ପୁଣି ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ
24. ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେମାନଙ୍କୁ କହିଲେ, ସାବଧାନ, ବାଟରେ କଳି କରିବ ନାହିଁ
25. ଅନନ୍ତର ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ
26. ପୁଣି ସେମାନେ ତାଙ୍କୁ କହିଲେ, ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ଵାସ କଲେ ନାହିଁ
27. ପୁଣି ଯୋଷେଫ ଯେତେ କଥା ସେମାନଙ୍କୁକହିଥିଲେ, ସେ ସବୁ କଥା ସେମାନେ ତାଙ୍କୁ କହିଲେ ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶକଟ ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା
28. ତହିଁରେ ଇସ୍ରାଏଲ କହିଲେ, ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜିଯାଏ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି
Total 50 Chapters, Current Chapter 45 of Total Chapters 50
×

Alert

×

oriya Letters Keypad References