1. ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର ।
|
2. ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି ।
|
5. ପୁଣି ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତା; ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା ।
|
6. ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି ।
|
10. ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ ।
|
11. ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ଵାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ ।
|
12. ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
|
15. ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ ।
|
16. ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା ।
|
17. ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ ।
|
23. ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ ।
|