ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶଦ୍ଦବିଶିଷ୍ଟ ଦେଶ;
2. ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ!
3. ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ଵଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର ।
4. କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷା; ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା ।
5. ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ ।
6. ପର୍ବତସ୍ଥ ଦୁର; ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁର; ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ ।
7. ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ ।

Notes

No Verse Added

Total 66 Chapters, Current Chapter 18 of Total Chapters 66
ଯିଶାଇୟ 18:5
1. ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶଦ୍ଦବିଶିଷ୍ଟ ଦେଶ;
2. ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ!
3. ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ଵଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର
4. କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷା; ହେବା ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା
5. ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ
6. ପର୍ବତସ୍ଥ ଦୁର; ପକ୍ଷୀଗଣ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁର; ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ
7. ସେହି ସମୟରେ ଦୀର୍ଘକାୟ ଚିକ୍କଣ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ
Total 66 Chapters, Current Chapter 18 of Total Chapters 66
×

Alert

×

oriya Letters Keypad References