ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା ।
2. ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା ଓ ସୁନା ଓ ସୁଗନ୍ଧିଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କି ତାହାର ସମୁଦାୟ ରାଜ୍ୟରେ ନ ଥିଲା ।
3. ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲା, ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି ।
4. ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲା, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ ।
5. ଏଥିରେ ଯିଶାଇୟ ହିଜକୀୟକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
6. ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ ।
7. ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ ।
8. ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ । ସେ ଆହୁରି କହିଲା, କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ ।

Notes

No Verse Added

Total 66 Chapters, Current Chapter 39 of Total Chapters 66
ଯିଶାଇୟ 39:9
1. ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା
2. ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା ସୁନା ସୁଗନ୍ଧିଦ୍ରବ୍ୟ ବହୁମୂଲ୍ୟ ତୈଳ ଆପଣା ଅସ୍ତ୍ରାଗାର ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କି ତାହାର ସମୁଦାୟ ରାଜ୍ୟରେ ଥିଲା
3. ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲା, ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି
4. ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲା, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ
5. ଏଥିରେ ଯିଶାଇୟ ହିଜକୀୟକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ
6. ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ
7. ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ
8. ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ ସେ ଆହୁରି କହିଲା, କାରଣ ମୋʼ ସମୟରେ ଶାନ୍ତି ସତ୍ୟତା ବିରାଜିତ ହେବ
Total 66 Chapters, Current Chapter 39 of Total Chapters 66
×

Alert

×

oriya Letters Keypad References