ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳା; ପଶୁ ପ୍ରତି ଭାର ହୋଇଅଛି ।
2. ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରିପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି ।
3. ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ଵାରା ଉଠା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
4. ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା ।
5. ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
6. ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରିକି ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ତବତ କରି ପୂଜା କରନ୍ତି ।
7. ସେମାନେ ତାହାକୁ ସ୍କନ୍ଧରେ ବହି ନିଅନ୍ତି ଓ ତାହାକୁ ବହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁସେ ଉତ୍ତର ଦେଇପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରିପାରିବ ନାହିଁ ।
8. ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ଵ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର ।
9. ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ଵର, ଦ୍ଵିତୀୟ ନାହିଁ; ଆମ୍ଭେ ପରମେଶ୍ଵର, ଆମ୍ଭ ତୁଲ୍ୟ କେହି ନାହିଁ;
10. ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା;
11. ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକି, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ଵାନ କରୁ; ଆମ୍ଭେ କହିଅଛୁ ⇧, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା ।
12. ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ ।
13. ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଓ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା ।

Notes

No Verse Added

Total 66 Chapters, Current Chapter 46 of Total Chapters 66
ଯିଶାଇୟ 46:5
1. ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳା; ପଶୁ ପ୍ରତି ଭାର ହୋଇଅଛି
2. ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରିପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି
3. ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ଵାରା ଉଠା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
4. ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଉଦ୍ଧାର କରିବା
5. ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ସମାନ କରିବ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
6. ସେମାନେ ତୋଡ଼ାରୁ ସୁନା ଢାଳନ୍ତି ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରିକି ମୂଲ ଲଗାନ୍ତି ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ତବତ କରି ପୂଜା କରନ୍ତି
7. ସେମାନେ ତାହାକୁ ସ୍କନ୍ଧରେ ବହି ନିଅନ୍ତି ତାହାକୁ ବହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁସେ ଉତ୍ତର ଦେଇପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରିପାରିବ ନାହିଁ
8. ତୁମ୍ଭେମାନେ ଏହା ସ୍ମରଣ କର ପୁରୁଷତ୍ଵ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର
9. ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ଵର, ଦ୍ଵିତୀୟ ନାହିଁ; ଆମ୍ଭେ ପରମେଶ୍ଵର, ଆମ୍ଭ ତୁଲ୍ୟ କେହି ନାହିଁ;
10. ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା;
11. ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକି, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ଵାନ କରୁ; ଆମ୍ଭେ କହିଅଛୁ ⇧, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା
12. ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ
13. ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା
Total 66 Chapters, Current Chapter 46 of Total Chapters 66
×

Alert

×

oriya Letters Keypad References