ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ଆମ୍ଭମାନଙ୍କ ସମ୍ଵାଦ କିଏ ବିଶ୍ଵାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
2. କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ ।
3. ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ ।
4. ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହିଅଛନ୍ତି । ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ଵରଙ୍କ ଦ୍ଵାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ ।
5. ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ ।
6. ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି ।
7. ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ ।
8. ସେ ଉପଦ୍ରବ ଓ ବିଚାର ଦ୍ଵାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ, ।
9. ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁରେ ସେ ଧନବାନର ସଙ୍ଗୀ ହେଲେ ।
10. ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ ।
11. ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ ।
12. ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ⇧ ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେଜ ।

Notes

No Verse Added

Total 66 Chapters, Current Chapter 53 of Total Chapters 66
ଯିଶାଇୟ 53:5
1. ଆମ୍ଭମାନଙ୍କ ସମ୍ଵାଦ କିଏ ବିଶ୍ଵାସ କରିଅଛି? ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
2. କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ
3. ସେ ଅବଜ୍ଞାତ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ
4. ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଆମ୍ଭମାନଙ୍କର ବ୍ୟଥାସବୁ ବହିଅଛନ୍ତି ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ପରମେଶ୍ଵରଙ୍କ ଦ୍ଵାରା ପ୍ରହାରିତ ଦୁଃଖଗ୍ରସ୍ତ ବୋଲି ମଣିଲୁ
5. ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ
6. ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି
7. ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ
8. ସେ ଉପଦ୍ରବ ବିଚାର ଦ୍ଵାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ,
9. ପୁଣି, ସେ କୌଣସି ଦୌରାତ୍ମ୍ୟ କଲେ ହେଁ ତାହାଙ୍କ ମୁଖରେ କୌଣସି ଛଳ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ମୃତ୍ୟୁରେ ସେ ଧନବାନର ସଙ୍ଗୀ ହେଲେ
10. ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ
11. ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ସେ ସେମାନଙ୍କର ଅପରାଧ ବହିବେ
12. ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ⇧ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେଜ
Total 66 Chapters, Current Chapter 53 of Total Chapters 66
×

Alert

×

oriya Letters Keypad References