ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକରଣଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମିରି ଫଳ ରଖାଯାଇଅଛି ।
2. ଏକ ଡାଲାରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ଅତି ଉତ୍ତମ ଡିମିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ ।
3. ତେବେ ସଦାପ୍ରଭୁ ମୋତେ କହିଲେ, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଡିମିରି ଫଳ, ଉତ୍ତମ ଡିମିରି, ଅତି ଉତ୍ତମ ଓ ମନ୍ଦ ଡିମିରି, ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ ।
4. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ।
5. ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମିରି ଫଳ ତୁଲ୍ୟ ଜ୍ଞାନ କରିବା ।
6. କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ ।
7. ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ ।
8. ଆଉ, ଯେପରି ସେହି ମନ୍ଦ ଡିମିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ।
9. ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା ।
10. ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ଼୍‍ଗ ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ।

Notes

No Verse Added

Total 52 Chapters, Current Chapter 24 of Total Chapters 52
ଯିରିମିୟ 24
1. ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକରଣଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମିରି ଫଳ ରଖାଯାଇଅଛି
2. ଏକ ଡାଲାରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ଅତି ଉତ୍ତମ ଡିମିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ପାରେ
3. ତେବେ ସଦାପ୍ରଭୁ ମୋତେ କହିଲେ, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଡିମିରି ଫଳ, ଉତ୍ତମ ଡିମିରି, ଅତି ଉତ୍ତମ ମନ୍ଦ ଡିମିରି, ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ପାରେ
4. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା
5. ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମିରି ଫଳ ତୁଲ୍ୟ ଜ୍ଞାନ କରିବା
6. କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଉତ୍ପାଟନ କରିବା ନାହିଁ
7. ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ
8. ଆଉ, ଯେପରି ସେହି ମନ୍ଦ ଡିମିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା
9. ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଉପହାସ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା
10. ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ଼୍‍ଗ ଦୁର୍ଭିକ୍ଷ ମହାମାରୀ ପଠାଇବା
Total 52 Chapters, Current Chapter 24 of Total Chapters 52
×

Alert

×

oriya Letters Keypad References