1. ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳା; ହୋଇଅଛି, ମୁଁ ଆପଣା ଦୁଃଖ ସ୍ଵଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି ।
|
3. ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
|
8. ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ ।
|
9. ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
|
15. ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ ।
|
16. ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ ।
|
17. ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ ।
|
18. ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,
|
21. ମୋତେ ଛାଡ଼ି ଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ଵନା ପାଇବି;
|
22. ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ ।
|