3. ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
|
4. ମୁଁ ପ୍ରତିବାସୀର ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ସେ ପରମେଶ୍ଵରଙ୍କୁ ଡାକନ୍ତେ, ସେ ତାହାକୁ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି ।
|
6. ଡକାଇତମାନଙ୍କର ତମ୍ଵୁ ନିରାପଦ ହୁଏ ଓ ପରମେଶ୍ଵରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ଵର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି ।
|
7. ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
|
14. ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ ।
|
15. ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକି ଓଲଟପାଲଟ କରି ପକାଏ ।
|
23. ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି ।
|
24. ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି ।
|