4. ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ତ ହଲାଇ ପାରନ୍ତି ।
|
5. ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ଵନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା ।
|
8. ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ ।
|
9. ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦ; କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି ।
|
10. ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି ।
|
12. ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ତ ଖଣ୍ତ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି ।
|
13. ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି ।
|